ଆସନ୍ତାକାଲି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ୧୮, ୧୯ ଓ ୨୦ ତାରିଖରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
☔️୧୮ ସେପ୍ଟେମ୍ବରରେ ଘୂର୍ଣ୍ଣିବଳୟ, ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ
— Meteorological Centre, Bhubaneswar (@mcbbsr) September 17, 2022
☔️୧୯ ଏବଂ ୨୦ ରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା
☔️୧୮ ଏବଂ ୧୯ ରେ ରାଜ୍ୟରେ ପ୍ରବଳ ବର୍ଷା ( ୭ ରୁ ୧୧ ସେମି); ୨୦ ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା (୭ ରୁ ୨୦ ସେମି)
୧୮ ଏବଂ ୧୯ ତାରିରେ ରାଜ୍ୟରେ ପ୍ରବଳ ବର୍ଷା ( ୭ ରୁ ୧୧ ସେ.ମି.) ହେବାକୁ ଥିବାବେଳେ ୨୦ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ ରୁ ୨୦ ସେ.ମି.) ହୋଇପାରେ। ୧୮ ତାରିଖରେ ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ଗଞ୍ଜାମ, ଗଜପତି, ପୁରୀ ଓ ଜଗତସିଂହପୁର।
୧୯ ତାରିଖରେ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା, ପୁରୀ, କଟକ ଓ ଜଗତସିଂହପୁର। ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୦ ତାରିଖରେ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାବେଳେ ଆଉ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
#PressRelease on Likely formation of a Low pressure area and Heavy rainfall activity over Odisha. pic.twitter.com/8WpwYUXtrk
— Meteorological Centre, Bhubaneswar (@mcbbsr) September 16, 2022