Advertisment

ଆସୁଛି ଲଘୁଚାପ ! ୨୦ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

୧୮ ଏବଂ ୧୯ ତାରିରେ ରାଜ୍ୟରେ ପ୍ରବଳ ବର୍ଷା ( ୭ ରୁ ୧୧ ସେ.ମି.) ହେବାକୁ ଥିବାବେଳେ ୨୦ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ ରୁ ୨୦ ସେ.ମି.) ହୋଇପାରେ।

ଅଦ୍ୟତନ ହୋଇଛି
Heavy To Very Heavy Rainfall In Various Districts Of Odisha

Heavy To Very Heavy Rainfall In Various Districts Of Odisha

Advertisment

ଆସନ୍ତାକାଲି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ୧୮, ୧୯ ଓ ୨୦ ତାରିଖରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। 

Advertisment

୧୮ ଏବଂ ୧୯ ତାରିରେ ରାଜ୍ୟରେ ପ୍ରବଳ ବର୍ଷା ( ୭ ରୁ ୧୧ ସେ.ମି.) ହେବାକୁ ଥିବାବେଳେ ୨୦ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ ରୁ ୨୦ ସେ.ମି.) ହୋଇପାରେ। ୧୮ ତାରିଖରେ ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ଗଞ୍ଜାମ, ଗଜପତି, ପୁରୀ ଓ ଜଗତସିଂହପୁର। 

Advertisment

୧୯ ତାରିଖରେ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।  ଏହି ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରିକୋରାପୁଟନବରଙ୍ଗପୁରକଳାହାଣ୍ଡିରାୟଗଡ଼ାଗଜପତିଗଞ୍ଜାମକନ୍ଧମାଳଖୋର୍ଦ୍ଧାପୁରୀକଟକ ଓ ଜଗତସିଂହପୁର। ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୦ ତାରିଖରେ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାବେଳେ ଆଉ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। 

Advertisment

Heavy Rainfall Rain In Odisha Low Pressure Alert Weather In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ