heavy rainfall
ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖରେ ଗତକାଲି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ବେଳେ ଆଜି ମଧ୍ୟ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଏହାର ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗତକାଲି କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସମୁଦ୍ର ଭିତରକୁ ନଯିବାକୁ ଚେତାବନୀ ଦିଆଯାଇଛି।
ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆଜି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗିର, ଦେବଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, କଳାହାଣ୍ଡି, ସୋନପୁର, ବୌଦ୍ଧ, ଅନୁଗୁଳ, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଯାଜପୁର ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ତେବେ ୨୪, ୨୫ ଓ ୨୬ ତାରିଖରେ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
Also Read
ଜୁନ୍ ୧ରୁ ଜୁଲାଇ ୨୨ ପର୍ଯ୍ୟନ୍ତ ଓଡ଼ିଶାରେ ୩୪୬.୩ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ୧୧ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି। ବର୍ତ୍ତମାନ ମୌସୁମୀ ସ୍ୱାଭାବିକ ସ୍ଥିତିରେ ଅଛି। ଆସନ୍ତାକାଲି ବର୍ଷାର ପରିମାଣ ହ୍ରାସ ପାଇପାରେ। କିନ୍ତୁ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଓ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us