Advertisment

୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ! ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୪ ଦିନ ଯାଏ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

author-image
Rajalaxmi Sahoo
Heavy To Very Heavy Rainfall Likely In Odisha

Heavy To Very Heavy Rainfall Likely In Odisha

ବାଂଲାଦେଶ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୪ ଦିନ ଯାଏ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହାସହ କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି।

Advertisment

ବର୍ଷା ନେଇ ଆଜି ପାଇଁ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲାର ସ୍ଥାନେ ସ୍ଥାନେ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ପରବର୍ତ୍ତୀ ୨୪ ଘଣ୍ଟା ପର୍ଯ୍ୟନ୍ତ ଆଉ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଆଲର୍ଟ ଜାରି ହୋଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। 

Advertisment

Rain In Odisha Heavy Rainfall Alert Weather In Odisha
Advertisment
Advertisment