Advertisment

ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶା ଉପରେ ଲଘୁଚାପର ସର୍ବାଧିକ ପ୍ରଭାବ ସମ୍ଭାବନା, ପ୍ରବଳ ବର୍ଷା ହୋଇପାରେ

ଉତ୍ତର-ବଙ୍ଗୋପସାଗର ଏବଂ ତତ୍‌ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର କ୍ରମଶଃ ଘନୀଭୂତ ହୋଇ ୱେଲ୍‌ ମାର୍କଡ୍‌ ଲୋ’ ପ୍ରେସର ଏରିଆରେ ପରିଣତ ହୋଇସାରିଛି। ତେବେ ଏହି ୱେଲ୍‌ ମାର୍କଡ୍‌ ଲୋ’ ପ୍ରେସର ଏରିଆ ଧୀରେ ଧୀରେ ପଶ୍ଚିମ ମୁହାଁ ହେଉଛି।

ଅଦ୍ୟତନ ହୋଇଛି
ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶା ଉପରେ ଲଘୁଚାପର ସର୍ବାଧିକ ପ୍ରଭାବ ସମ୍ଭାବନା, ପ୍ରବଳ ବର୍ଷା ହୋଇପାରେ

well marked low pressure area

Advertisment

ଭୁବନେଶ୍ୱର: ଉତ୍ତର-ବଙ୍ଗୋପସାଗର ଏବଂ ତତ୍‌ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର କ୍ରମଶଃ ଘନୀଭୂତ ହୋଇ ୱେଲ୍‌ ମାର୍କଡ୍‌ ଲୋ’ ପ୍ରେସର ଏରିଆରେ ପରିଣତ ହୋଇସାରିଛି। ତେବେ ଏହି ୱେଲ୍‌ ମାର୍କଡ୍‌ ଲୋ’ ପ୍ରେସର ଏରିଆ ଧୀରେ ଧୀରେ ପଶ୍ଚିମ ମୁହାଁ ହେଉଛି। ଯାହାର ପ୍ରଭାବରେ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ଏହା ପଶ୍ଚିମ ଦିଗରେ ଗତିକରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ବିହାର ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟାରେ ଓଡ଼ିଶା ଉପରେ ଲଘୁଚାପର ସର୍ବାଧିକ ପ୍ରଭାବ ସମ୍ଭାବନା ଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଲଘୁଚାପ କ୍ଷେତ୍ର ପ୍ରଭାବରେ ଜୁଲାଇ ୩୦ ଯାଏ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି। 

Advertisment

ଆଜି ସକାଳ ସାଢ଼େ ୮ଟାରୁ ଜୁଲାଇ ୩୦ ତାରିଖ ସକାଳେ ସାଢ଼େ ୮ଟା ଯାଏ କିଛି ପ୍ରବଳ ବର୍ଷା ଓ ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ସତର୍କ ସୂଚନା ଜାରି କରାଯାଇଛି। ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ଦେବଗଡ଼, ଅନୁଗୁଳ, ସମ୍ବଲପୁର, ସୋନପୁର, ବରଗଡ଼, ଝାରସୁଗୁଡ଼ା ଏବଂ ଢେଙ୍କାନାଳ ଜିଲ୍ଲାରେ ଗୋଟିଏରୁ ୨ଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। 

Advertisment

ସେହିପରି ଜୁଲାଇ ୩୦ ସକାଳ ସାଢ଼େ ୮ଟାରୁ ଜୁଲାଇ ୩୧ ସକାଳ ସାଢ଼େ ୮ଟା ଯାଏ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏରୁ ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହୋଇପାରେ। ନୂଆପଡ଼ା, ବଲାଙ୍ଗିର, କେନ୍ଦୁଝର, ସୋନପୁର ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏରୁ ୨ଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଜୁଲାଇ ୩୧ରେ ନୂଆପଡ଼ା, ନବରଙ୍ଗପୁର ଏବଂ ବରଗଡ଼ ଜିଲ୍ଲାରେ ଗୋଟିଏରୁ ୨ଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଜୁଲାଇ ୩୦ ଯାଏ ଓଡ଼ିଶା ଉପକୂଳ, ଉତ୍ତର-ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ସମୁଦ୍ର ଅଞ୍ଚଳକୁ ମତ୍ସଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। 

Advertisment
Rain In Odisha Rain Alert For Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ