Advertisment

୪୮ ଘଣ୍ଟାରେ ଲଘୁଚାପ ! ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ

୯ ତାରିଖରେ ୮ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୦ ତାରିଖରେ ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Rainfall Alert For Odisha

Heavy To Very Heavy Rainfall Likely In Odisha

ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଜି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହି ଘୂର୍ଣ୍ଣିବଳୟ ପରବର୍ତ୍ତୀ ୪୮ ଘଣ୍ଟାରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ରର ରୂପ ନେଇପାରେ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। 

Advertisment

୮ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ଏହାର ପ୍ରଭାବ ରହିବ। ୮ ତାରିଖରେ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ୯ ତାରିଖରେ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି।  ସେହିପରି ୧୦ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାରେ ଏହାର ପ୍ରଭାବ ରହିବ ବୋଲି ଆକଳନ କରାଯାଇଛି। ୮ ତାରିଖରେ ୧୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା। 

୯ ତାରିଖରେ ୮ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡିକ ହେଲା- ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, କୋରାପୁଟ। ଏହି ସବୁ ଜିଲ୍ଲାରେ କିଛି ସ୍ଥାନରେ ୧୧ ସେଣ୍ଟିମିଟରରୁ ୨୦ ସେଣ୍ଟିମଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ୯ ତାରିଖ ପାଇଁ ପାର୍ଶ୍ୱବର୍ତ୍ତୀ ୧୨ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ମଧ୍ୟ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। 

Advertisment

୧୦ ତାରିଖରେ ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ସୋନପୁର ଓ ବରଗଡ଼। ଏହିସବୁ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। 

Rain In Odisha Heavy Rainfall Alert Heavy Rainfall Warning Weather In Odisha
Advertisment
Advertisment