Advertisment

ଆସୁଛି ବଡ଼ ବର୍ଷା ! ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ସେହିପରି ଆସନ୍ତାକାଲି ୧୩ଟି ଜିଲ୍ଲା ପାଇଁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଗଜପତି, ଗଞ୍ଜାମ, ପୁରୀ ଏବଂ ଖୋର୍ଦ୍ଧାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Heavy To Very Heavy Rainfall Likely Over Odisha

Heavy To Very Heavy Rainfall Likely Over Odisha

ପୂଜାରେ ଆସୁଛି ବଡ଼ ବର୍ଷା ! ଆନ୍ଧ୍ର ଉପକୂଳ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଉଛି ଆଉ ଏକ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ଆକଳନ କରିଛି। ପ୍ରବଳ ବର୍ଷା ସମ୍ଭାବନା ନେଇ ଆଜି ୧୭ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Advertisment

ଏହି ଜିଲ୍ଲା ଗୁଡ଼ିକ ହେଲା- ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ଅନୁଗୁଳ ଏବଂ ଢେଙ୍କାନାଳ। ସେହିପରି ଆସନ୍ତାକାଲି ୧୩ଟି ଜିଲ୍ଲା ପାଇଁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଗଜପତି, ଗଞ୍ଜାମ, ପୁରୀ ଏବଂ ଖୋର୍ଦ୍ଧା ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ସେହିପରି ମୟୂରଭଞ୍ଜ, ରାୟଗଡ଼ା, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁରନୟାଗଡ଼ ରେ ପ୍ରବଳ ବର୍ଷା ହୋଇପାରେ। 

ସେପ୍ଟେମ୍ବର ୫ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କଟକ, ଜଗତସିଂହପୁର, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମଗଜପତି ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେପ୍ଟେମ୍ବର ୬ ପାଇଁ ୫ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା-  ନୂଆପଡ଼ା, ବରଗଡ଼, ନବରଙ୍ଗପୁର, ଝାରସୁଗୁଡ଼ାସୁନ୍ଦରଗଡ଼। 

Advertisment

Heavy Rainfall Alert Durga Puja 2022
Advertisment
Advertisment