ବଢ଼ିବ ରାଜ୍ୟରେ ବର୍ଷାର ପରିମାଣ। ଆଉ ଏକ ଲଘୁଚାପ ଘନିଭୂତ ହେଉଛି। ଗାଙ୍ଗେୟ ପଶ୍ଚିମବଙ୍ଗରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ଆସନ୍ତା ୨୦ ତାରିଖ ଯାଏଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏବେ ମୌସୁମୀ ଜନିତ ବର୍ଷା ସାରା ରାଜ୍ୟରେ ଜାରି ରହିଥିବା ବେଳେ ଲଘୁଚାପ ଯୋଗୁଁ ଏହାର ପରିମାଣ ଅଧିକ ବଢ଼ିପାରେ ।
ଆଜି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସବୁ ଜିଲ୍ଲାଗୁଡ଼ିକରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହେବା ସମ୍ଭାବନା ରହିଛି । ସେହିଭଳି ଆସନ୍ତା ୩ ଦିନ ଯାଏ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
Also Read