Advertisment

ବଢ଼ୁଛି ହୀରାକୁଦ ଜଳସ୍ତର, ପୁଣି ୪ ଦିନ ବର୍ଷିବ ! ୪ ଜିଲ୍ଲାକୁ ୟାଲୋ ୱାର୍ଣ୍ଣିଂ

ଆଜି ପାଇଁ ୪ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ କରାଯାଇଛି । ସେଗୁଡ଼ିକ ହେଲା ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ।

author-image
Satyendu Shekher Mishra
Heavy Rain

Heavy Rain

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶାର ତଟୀୟ କ୍ଷେତ୍ରରେ ସୃଷ୍ଟ ଲଘୁଚାପବଳୟ ଯୋଗୁଁ ଉପକୂଳ ସମେତ ଆଭ୍ୟନ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆହୁରି ୪ଦିନ ପର୍ଯ୍ୟନ୍ତ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ଏବଂ କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପୂର୍ବାନୁମାନ କରିଛି।

Advertisment

ଆଜିପାଇଁ ରାଜ୍ୟର ୪ ଜିଲ୍ଲା ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି ଏବଂ ନବରଙ୍ଗପୁରକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ତେବେ ସେପଟେ ମାଲକାନଗିରିରେ ପ୍ରବଳ ବର୍ଷା ପ୍ରଭାବରେ ଗତକାଲି ମୋଟୁ ସୀମା ନିକଟ ଆନ୍ଧ୍ର-କୋୟାଗିରି ପୋଲ ଉପରେ ୫ ଫୁଟର ପାଣି ଚାଲୁଥିଲା। ଫଳରେ ଉଭୟ ପଟରେ ଜାତାୟତ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଥିଲା । ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ଆଜି ପାଇଁ ୪ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ କରାଯାଇଛି । ସେଗୁଡ଼ିକ ହେଲା ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ।

ସେପଟେ ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ହୀରାକୁଦ ଜଳଭଣ୍ଡାରର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ ରହିଥିବା ବେଳେ ଏବେ ଜଳପତ୍ତନ ୬୧୩ ଫୁଟରେ ପହଞ୍ଚିଛି । ଏହି ସମୟ ମଧ୍ୟରେ ଡ୍ୟାମ୍‌କୁ ସେକେଣ୍ଡକୁ ୧ ଲକ୍ଷ ୩୬ ହଜାର ଘନଫୁଟ ଜଳ ପ୍ରବେଶ କରୁଥିବା ବେଳେ ପ୍ରାୟ ୪୦ ହଜାର ଘନଫୁଟ ଜଳ ନିଷ୍କାସିତ ହେଉଛି । ତେଣୁ କ୍ରମାଗତ ଭାବରେ ଜଳ ପତ୍ତନ ବୃଦ୍ଧି ପାଇବାରେ ଲାଗିଛି ।

Advertisment

ହୀରାକୁଦ ବନ୍ୟା ଜଳ ଛଡ଼ାଯିବା ପୂର୍ବରୁ ଡ୍ୟାମ୍ କର୍ତ୍ତୃପକ୍ଷ ସମ୍ବଲପୁର, ହୀରାକୁଦ ଓ ବୁର୍ଲାରେ ସତର୍କ କରାଇଛନ୍ତି । ବନ୍ୟା ଜଳ ଛାଡ଼ିବା ବେଳେ ମହାନଦୀ ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ରବିବାର ସକାଳ ୯ଟା ବେଳେ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ । କିନ୍ତୁ କେତୋଟି ଗେଟ୍ ଖୋଲାଯିବ ସେ ସମ୍ପର୍କରେ ସେହିଦିନ ହିଁ ନିଷ୍ପତ୍ତି ନିଆଯିବ ବୋଲି ଡ୍ୟାମ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।

ଆଗକୁ ବର୍ଷା ସମ୍ଭାବନା ଯୋଗୁଁ ଜଳ ସମ୍ପଦ ବିଭାଗର ଗ୍ରାଉଣ୍ଡରେ ଥିବା ଅଧିକାରୀଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ସମ୍ବେଦନଶୀଳ ଅଞ୍ଚଳ ଉପରେ ନଜର ରଖିବାକୁ କୁହାଯାଇଛି। ପରିସ୍ଥିତି ଏବେ ସମ୍ପୂର୍ଣ୍ଣ ଭାବେ ନିୟନ୍ତ୍ରଣାଧୀନ ରହିଛି। କୌଣସି ସ୍ଥାନରେ ଅସ୍ୱାଭାବିକ ପରିସ୍ଥିତି ସୃଷ୍ଟି ହୋଇନାହିଁ ବୋଲି ସ୍ୱତନ୍ତ୍ର ରିଲିଫ୍‌ କମିଶନର ସତ୍ୟବ୍ରତ ସାହୁ ସୂଚନା ଦେଇଛନ୍ତି।

Weather Update
Advertisment
Advertisment