Advertisment

୨୭ ଯାଏ ଅଗ୍ନି ବର୍ଷା !

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରା ୩ରୁ ୫ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ।

author-image
Chandan Shishu
ଗ୍ରୀଷ୍ମ ତାତିରୁ ରକ୍ଷା ପାଇବା ପାଇଁ ଚେଷ୍ଟାରେ ଲୋକେ...

Heat Wave

ଏବେ କମିବନି ତାତି। ରାଜ୍ୟରେ ୨୫ରୁ ୨୭ ହେବ ଅଗ୍ନିବର୍ଷା। ବିଭିନ୍ନ ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।ଆସନ୍ତା ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି। ୩ ଦିନ କାଳ ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ପାଣିପାଗ ବିଭାଗର ସୂଚନା ଦେଇଛି।

Advertisment

୨୫ରେ ସୋନପୁର, ବୌଦ୍ଧ ଓ ବଲାଙ୍ଗିରରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ରହିବ। ୨୬ରେ ସୋନପୁର, ବୌଦ୍ଧ, ବଲାଙ୍ଗିର, ମୟୂରଭଂଜରେ ଗ୍ରୀଷ୍ମ ପ୍ରବାହ ରହିବ।  ୨୭ରେ ସୋନପୁର, ବୌଦ୍ଧ, ବଲାଙ୍ଗିର, ମୟୂରଭଂଜ, କଳାହାଣ୍ଡି ଗ୍ରୀଷ୍ମ ପ୍ରବାହ ରହିବ। 

Advertisment

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରା ୩ରୁ ୫ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ। ରାଜ୍ୟର ଅଧିକାଂଶ ଜିଲ୍ଲାର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବ।
ଆଜି ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୪୧.୨ ଡିଗ୍ରୀ ରହିଛି। 

ପ୍ରକାଶଥାଉକି ମଧ୍ୟପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୧୦ଟି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା, ଗଜପତି, କନ୍ଧମାଳ, ମୟୂରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସେହିପରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଝଡ଼ବର୍ଷା ସମ୍ଭାବନା ରହିଛି।  

Weather Forecast Weather In Odisha
Advertisment
Advertisment