ଏବେ କମିବନି ତାତି। ରାଜ୍ୟରେ ୨୫ରୁ ୨୭ ହେବ ଅଗ୍ନିବର୍ଷା। ବିଭିନ୍ନ ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।ଆସନ୍ତା ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି। ୩ ଦିନ କାଳ ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ପାଣିପାଗ ବିଭାଗର ସୂଚନା ଦେଇଛି।
୨୫ରେ ସୋନପୁର, ବୌଦ୍ଧ ଓ ବଲାଙ୍ଗିରରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ରହିବ। ୨୬ରେ ସୋନପୁର, ବୌଦ୍ଧ, ବଲାଙ୍ଗିର, ମୟୂରଭଂଜରେ ଗ୍ରୀଷ୍ମ ପ୍ରବାହ ରହିବ। ୨୭ରେ ସୋନପୁର, ବୌଦ୍ଧ, ବଲାଙ୍ଗିର, ମୟୂରଭଂଜ, କଳାହାଣ୍ଡି ଗ୍ରୀଷ୍ମ ପ୍ରବାହ ରହିବ।
ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରା ୩ରୁ ୫ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ। ରାଜ୍ୟର ଅଧିକାଂଶ ଜିଲ୍ଲାର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବ।
ଆଜି ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୪୧.୨ ଡିଗ୍ରୀ ରହିଛି।
ପ୍ରକାଶଥାଉକି ମଧ୍ୟପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୧୦ଟି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା, ଗଜପତି, କନ୍ଧମାଳ, ମୟୂରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସେହିପରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଝଡ଼ବର୍ଷା ସମ୍ଭାବନା ରହିଛି।