• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ବାତ୍ୟା ନେଇ ଏବେ କୌଣସି ସୂଚନା ନାହିଁ । ଆଜି କିଛି ଏଭଳି ପ୍ରତିକ୍ରିୟା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର । ଅକ୍ଟୋବର ପ୍ରଥମ ସପ୍ତାହରେ ବାତ୍ୟା ହେବା ନେଇ ଚର୍ଚ୍ଚା ହେଉଥିଲା । ଏହାକୁ ନେଇ ଓଟିଭିକୁ ସୂଚନା ଦେଇଛନ୍ତି IMD ଡିଜି । ବଙ୍ଗୋପ ସାଗରରେ ଅକ୍ଟୋବର ପ୍ରଥମ ସପ୍ତାହରେ ଲଘୁଚାପ ହୋଇପାରେ । ଲଘୁଚାପ ପରେ ଏହା ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । କିନ୍ତୁ ଏହାପରେ ବାତ୍ୟା ହେବା ନେଇ ଏଯାଏଁ କୌଣସି ସୂଚନା ହସ୍ତଗତ ହୋଇନି । ବାତ୍ୟା ନେଇ ଏପର୍ଯ୍ୟନ୍ତ କୌଣସି ସୂଚନା IMD ଜାରି କରି ନାହିଁ । ତାସହ ଲୋକଙ୍କୁ ଗୁଜବରେ ବିଶ୍ୱାସ ନକରିବାକୁ ସେ ପରାମର୍ଶ ଦେଇଛନ୍ତି ।