ଭୀଷଣ ହେଲା ବାତ୍ୟା 'ରେମାଲ', ସାଗର ଦ୍ୱୀପ-ଖେପୁପରା ମଧ୍ୟରେ ଛୁଇଁବ ସ୍ଥଳଭାଗ

ବଙ୍ଗୋପସାଗରରେ ଭୀଷଣ ବାତ୍ୟାର ରୂପ ନେଲା 'ରେମାଲ' । ଅଧିକ ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେଲା 'ରେମାଲ' । ଆଜି ମଧ୍ୟରାତ୍ରୀରେ ସାଗର ଦ୍ୱୀପ ଓ ଖେପୁପରା ମଧ୍ୟରେ ସ୍ଥଳଭାଗ ଛୁଇଁବ ବାତ୍ୟା ।

Cyclone

ବଙ୍ଗୋପସାଗରରେ ଭୀଷଣ ବାତ୍ୟାର ରୂପ ନେଲା 'ରେମାଲ' । ଅଧିକ ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେଲା 'ରେମାଲ' । ଆଜି ମଧ୍ୟରାତ୍ରୀରେ ସାଗର ଦ୍ୱୀପ ଓ ଖେପୁପରା ମଧ୍ୟରେ ସ୍ଥଳଭାଗ ଛୁଇଁବ ବାତ୍ୟା । ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୧୦ରୁ ୧୨୦ ଏବଂ ଝଟକା ପବନ ୧୩୫ କିଲୋମିଟର ରହିପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

ବାତ୍ୟା ନେଇ ପଶ୍ଚିମବଙ୍ଗରେ ରେଡ୍ ଆଲର୍ଟ ଜାରି କରାଯାଇଛି । ଦକ୍ଷିଣ ୨୪ ପ୍ରଗଣା, ଉତ୍ତର ଚବିଶ ପ୍ରଗଣା, ପୂର୍ବ ମେଦିନୀପୁର, କୋଲକାତା, ହାୱଡା, ହୁଗୁଳି ଜିଲ୍ଲାରେ ସତର୍କ ରହିଛି ପ୍ରଶାସନ । ସାମୟିକ ଭାବେ ବିମାନ ଓ ରେଳ ଚଳାଚଳ ବନ୍ଦ ରଖାଯାଇଛି । ଦୀଘା ସମୁଦ୍ରକୂଳରେ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି ।

ଉଦ୍ଧାରକାର୍ଯ୍ୟ ପାଇଁ ୧୨ଟି ଏନଡିଆରଏଫ ଟିମ୍ ମୁତୟନ ଅଛନ୍ତି । ଏପଟେ ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡିବ ନାହିଁ । ଏହା ପ୍ରଭାବରେ ଆଜି ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତ ରହୁଥିବାରୁ ୨୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

୨୬ରେ ଉତ୍ତର ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୭ରେ ମଧ୍ୟ ଉତ୍ତର ଓଡ଼ିଶାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି । ସୂଚନାଯୋଗ୍ୟ ମେ’୧୯ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ସାଗର, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ନିକୋବର ଦ୍ୱୀପ ପୁଞ୍ଜ ଛୁଇଁଛି । କେରଳକୁ ମୌସୁମୀ ବାୟୁ ଛୁଇଁବା ପରେ ଓଡ଼ିଶାରେ କେବେ ମୌସୁମୀ ବାୟୁ ପହଞ୍ଚିବ ସେନେଇ କୁହାଯାଇପାରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।