Advertisment

Rain Alert: ବର୍ଷାରେ ଭିଜିବ ରଥଯାତ୍ରା, ଏହି ଦିନ ଯାଏଁଁ ପ୍ରବଳ ଛେଚିବ...

ବର୍ଷାରେ ଭିଜିବ ରଥଯାତ୍ରା । ଆଜିଠୁ ଲାଗି ରହିବ ବର୍ଷା । ପ୍ରତିବର୍ଷ ରଥଯାତ୍ରା ସମୟରେ ବର୍ଷା ହୋଇଥାଏ । ଚଳିତ ରଥଯାତ୍ରାରେ ମଧ୍ୟ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ୩ ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ଥିବା ବିଭାଗ ପୂର୍ବାନୁମାନ କରିଛି ।

author-image
Lipsa Mohapatra
ଅଦ୍ୟତନ ହୋଇଛି
Rain Alert

Rain Alert

ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୮ ତାରିଖ ଯାଏଁ ଲାଗି ରହିବ ବର୍ଷା । ୨୭ରେ ରଥଯାତ୍ରା ଥିବାବେଳେ ୨୮ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ଆଜି ୩ ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ଥିବା ବିଭାଗ ପୂର୍ବାନୁମାନ କରିଛି ।  

Advertisment

ଏଥିପାଇଁ କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବରକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକରେ ବର୍ଷା ସହିତ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ। ସେହିଭଳି ଉପକୂଳ ଓ ପଶ୍ଚିମ ଓଡ଼ିଶାର ୧୬ ଜିଲ୍ଲାକୁ ଜାରି କରାଯାଇଛି ୟେଲୋ ଆଲର୍ଟ। ଆସନ୍ତାକାଲି କେନ୍ଦୁଝର ଓ ମୟୂରଭଞ୍ଜକୁ ଅରେଞ୍ଜ ଏବଂ ଅନ୍ୟ ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ରଥଯାତ୍ରା ଦିନ ୭ ଜିଲ୍ଲାରେ ପ୍ରବଳ ବର୍ଷା ହେବାନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । 

କିଛି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ବଜ୍ରପାତ ସହିତ ଝଡ଼ବର୍ଷାର ସମ୍ଭାବନା ନେଇ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଗତକାଲି ମଧ୍ୟ ପ୍ରବଳ ବର୍ଷା ସହ ଝଡ଼ତୋଫାନ ନେଇ ୟେଲୋ ଆଲର୍ଟ ଜାରି କରାଯାଇଥିଲା ।ପଶ୍ଚିମବଙ୍ଗ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ଉପର ବାୟୁମଣ୍ଡଳ ସ୍ତରୀୟ ଘୂର୍ଣ୍ଣିବଳୟ ପ୍ରଭାବରେ ପ୍ରବଳ ବର୍ଷା ହୋଇପାରେ । 

Advertisment

ଅଧିକ ପଢନ୍ତୁ: ଝଡତୋଫାନ ପାଇଁ ୟେଲୋ ଆଲର୍ଟ, ୩୦ରୁ ୪୦ କିମି ବେଗରେ ବହିବ ପବନ

IMD Forecast Heavy Rainfall
Advertisment
Related Articles
Advertisment