• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ଅଧା ଓଡ଼ିଶାକୁ କାଳବୈଶାଖୀ ଆଲର୍ଟ । ଆଜି ପାଇଁ ୧୫ ଜିଲ୍ଲାକୁ କାଳବୈଶାଖୀ ବର୍ଷା ସହ ବଜ୍ରପାତ ଆଲର୍ଟ କରାଯାଇଛି । ଏହି ସମୟରେ ପ୍ରବଳ ବେଗରେ ପବନ ବହିବାର ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳଯାଜପୁର , କଟକ, ନୟାଗଡ଼, ଖୋର୍ଦ୍ଧା, କନ୍ଧମାଳ, ଗଜପତି କୁ ସତର୍କତା ଜାରି କରାଯାଇଛି ।

ସେହିପରି ଗଞ୍ଜାମ, ରାୟଗଡ଼ା, କୋରାପୁଟ ଜିଲ୍ଲାକୁ ମଧ୍ୟ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଭୁବନେଶ୍ୱର ରେ ମଧ୍ୟ କୁଆପଥର ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି ।... ପାଣିପାଗ ବିଭାଗ ସୂଚନା ଅନୁସାରେ, ଗତ ୨୪ ଘଣ୍ଟାରେ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇଛି । ରାୟଗଡ଼ାରେ ଅଧିକ ବର୍ଷା ରେକର୍ଡ କରାଯାଇଛି ।

ଅନ୍ୟପଟେ ତାଳଚେରରେ ୩୮.୦ ଡିଗ୍ରି ସେଲସିୟସ୍‌ ସର୍ବୋଚ୍ଚ ତାପମାତ୍ର ରେକର୍ଡ ହୋଇଛି । ଆଜି ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱାଭାବିକ ଠାରୁ ୨ରୁ ୪ ଡିଗ୍ରି କମ୍‌ ତାପମାତ୍ରା ରହିଛି । ତେବେ ଆସନ୍ତାକାଲି ମଧ୍ୟ କିଛି ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ଆଶଙ୍କା ରହିଛି ।