Advertisment

୪ ଦିନ ପ୍ରବଳ ବର୍ଷିବ, ଏହି ସବୁ ଜିଲ୍ଲାକୁ ଦିଆଗଲା ସତର୍କବାଣୀ

ଆସନ୍ତା ୩ରୁ ୪ ଦିନ ରାଜ୍ୟରେ ଜାରି ରହିବ କାଳବୈଶାଖୀ । ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ ଆଜି କାଳବୈଶାଖୀ ସମ୍ଭାବନା ।

author-image
Satyendu Shekher Mishra
ଅଦ୍ୟତନ ହୋଇଛି
Odisha Rainfall Alert

Odisha Weather News

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା । ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ ଆଜି କାଳବୈଶାଖୀ ପ୍ରଭାବ ଅଧିକ ହେବା ସମ୍ଭାବନା ରହିଛି। ଆଜି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗଂଜାମ , ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

Advertisment

ଏଥିସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ବହିପାରେ ପବନ। କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ବି ରହିଛି। ସେହିପରି ମାଲକାନଗିରି, କୋରାପୁଟ, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧସୁବର୍ଣ୍ଣପୁର , ସମ୍ବଲପୁର, ଅନୁଗୁଳ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଂଜ ଜିଲ୍ଲାକୁ ଆଜି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା କାଲି କାଳବୈଶାଖୀ ପ୍ରଭାବ ସାମାନ୍ୟ କମିବା ପରେ ୩୦ରୁ ପୁଣି ପ୍ରଭାବ ବଢ଼ିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଅନ୍ୟପଟେ ଅଧା ଓଡ଼ିଶାକୁ କାଳବୈଶାଖୀ ଆଲର୍ଟ ଜାରୀ କରାଯାଇଛି । ୧୫ ଜିଲ୍ଲାକୁ କାଳବୈଶାଖୀ ବର୍ଷା ସହ ବଜ୍ରପାତ ଆଲର୍ଟ କରାଯାଇଛି । ଏହି ସମୟରେ ପ୍ରବଳ ବେଗରେ ପବନ ବହିବାର ସମ୍ଭାବନା ରହିଛି । କେନ୍ଦୁଝରମୟୂରଭଂଜବାଲେଶ୍ୱରଭଦ୍ରକଢେଙ୍କାନାଳଯାଜପୁର କଟକନୟାଗଡ଼ଖୋର୍ଦ୍ଧାକନ୍ଧମାଳଗଜପତି କୁ ସତର୍କତା ଜାରି କରାଯାଇଛି । ସେହିପରି ଗଞ୍ଜାମରାୟଗଡ଼ାକୋରାପୁଟ ଜିଲ୍ଲାକୁ ମଧ୍ୟ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଭୁବନେଶ୍ୱର ରେ ମଧ୍ୟ କୁଆପଥର ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି ।

Advertisment

ସେହିଭଳି ତାଳଚେରରେ ଏବେ ୩୮.୦ ଡିଗ୍ରୀ ସେଲସିୟସ୍‌ ସର୍ବୋଚ୍ଚ ତାପମାତ୍ର ରେକର୍ଡ ହୋଇଛି । ଆଜି ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱାଭାବିକ ଠାରୁ ୨ରୁ ୪ ଡିଗ୍ରି କମ୍‌ ତାପମାତ୍ରା ରହିଛି ।

Weather Update Rainfall Alert
Advertisment
Advertisment