ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା, ଜାଣନ୍ତୁ..

ଆଜି ପାଇଁ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Heavy Rainfall

ରାଜ୍ୟରେ ଆଜି ବି କାଳବୈଶାଖୀ ବର୍ଷା ସମ୍ଭାବନା । ଆଜି ପାଇଁ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଂଜ, କେନ୍ଦୁଝର, କନ୍ଧମାଳ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲା କୁ ୱାର୍ଣ୍ଣିଂ ଜାରି ହୋଇଛି ।

ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ମଧ୍ୟ କିଛି ସ୍ଥାନରେ କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ନାହିଁ । ଏହା ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।