Advertisment

Rain Alert: ଭିଜୁଛି ରାଜ୍ୟ, ଅତି ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଡବଲ୍ ଲଘୁଚାପ ଯୋଗୁ ଜାରି ରହିଛି ବର୍ଷା । ଆଜି ଅତିପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଦେଶର ପଶ୍ଚିମ ଓ ପୂର୍ବ ଭାଗରେ ଦୁଇ ଦୁଇଟି ଲଘୁଚାପ ସକ୍ରିୟ ରହିଛି ।

author-image
Lipsa Mohapatra
ଅଦ୍ୟତନ ହୋଇଛି
Weather Update

Weather Update

ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କିଛି କିଛି ସ୍ଥାନରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ଅତିପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ  ଜାରି ହୋଇଛି । ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବ । ଏହାସହିତ କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ଅତିପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।

Advertisment

ସେହିଭଳି ଝାରସୁଗୁଡ଼ା, ଦେବଗଡ଼, ଢେଙ୍କାନାଳ, ଅନୁଗୁଳ,ବରଗଡ଼, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଜାରି ହୋଇଛି ୟେଲୋ ଆଲର୍ଟ । ଭୁବନେଶ୍ୱରରେ ଗତକାଲିଠୁ ବର୍ଷା ଲାଗି ରହିଛି । ସମୁଦ୍ର ଅଶାନ୍ତ ରହୁଥିବାରୁ କାଲି ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । 

ଉତ୍ତର ପଶ୍ଚିମ ବଙ୍ଗୋସାଗର ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। । ଏହାଛଡ଼ା ପୁଣି ଥରେ ସକ୍ରିୟ ହେବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଓଡ଼ିଶା ସମେତ ଛତିଶଗଡ଼ର କିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି । ତେଣୁ ବର୍ଷାର ପରିମାଣ ବଢିପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଦେଶର ପଶ୍ଚିମ ଓ ପୂର୍ବ ଭାଗରେ ଦୁଇ ଦୁଇଟି ଲଘୁଚାପ ସୃଷ୍ଟି ହୋଇଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି । 

Advertisment

ଅଧିକ ପଢନ୍ତୁ: ଡବଲ୍ ଲଘୁଚାପ ଆଣିବ ବଡ଼ ବର୍ଷା, ୩ ଦିନ ଯାଏଁ ପ୍ରବଳ ଛେଚିବ

IMD Heavy Rainfall Alert
Advertisment
Related Articles
Advertisment