Advertisment

ତାତିରେ ଆଉଟୁପାଉଟୁ ରାଜ୍ୟବାସୀ; ୧୯ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ...

କଲବଲ କରୁଛି ଅସହ୍ୟ ଖରା। ଆଜି ପାଇଁ ୧୯ଟି ଜିଲ୍ଲାକୁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। କିଛି ସ୍ଥାନରେ ପ୍ରବଳ ଗ୍ରୀଷ୍ଣ ପ୍ରବାହ ନେଇ ମଧ୍ୟ ଚେତାବନୀ ।

author-image
Sujit kumar Swain
ଅଦ୍ୟତନ ହୋଇଛି
heat wave Alert in odisha

heat wave

ତାତିରେ ଆଉଟୁପାଉଟୁ ରାଜ୍ୟବାସୀ। କଲବଲ କରୁଛି ଅସହ୍ୟ ଖରା। ଆଜି ପାଇଁ ୧୯ଟି ଜିଲ୍ଲାକୁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। କିଛି ସ୍ଥାନରେ ପ୍ରବଳ ଗ୍ରୀଷ୍ଣ ପ୍ରବାହ ନେଇ ମଧ୍ୟ ଚେତାବନୀ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। 

Advertisment

ମୟୂରଭଂଜ, ଅନୁଗୁଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା ଏବଂ କଟକ ଜିଲ୍ଲାକୁ ସିଭିଅର ହିଟୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି। ଗତକାଲି ୪୩.୬ ଡ଼ିଗ୍ରୀ ସହ ଭୁବନେଶ୍ୱର ପାଲଟିଥିଲା ରାଜ୍ୟର ସବୁଠୁ ଉତ୍ତପ୍ତ ସହର। ଆଜି ମଧ୍ୟ ତାପମାତ୍ରା ଆହୁରି ବଢ଼ିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୨୨ ତାରିଖ ଯାଏଁ ରାଜ୍ୟରେ ଏଭଳି ସ୍ଥିତି ଜାରି ରହିବ।

ଅଧିକ ପଢ଼ନ୍ତୁ: ଟକମକ ହୋଇ ଫୁଟିଲା ରାଜଧାନୀ, ୪୩.୬ ଡିଗ୍ରୀ ସହ ପାଲଟିଲା ସବୁଠୁ ଉତ୍ତପ୍ତ

Advertisment

ସେପଟେ ତାପମାତ୍ରା ବଢ଼ିବା ଯୋଗୁଁ ୩ ଦିନ ସ୍କୁଲ ବନ୍ଦ କରାଯାଇଛି। ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରାକୁ ଦୃଷ୍ଟିରେ ରଖି ୩ ଦିନ ପାଇଁ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଏପ୍ରିଲ ୧୮ରୁ ୨୦ ତାରିଖ ଯାଏଁ ବନ୍ଦ ରହିବ ରାଜ୍ୟର ସମସ୍ତ ସ୍କୁଲ । ୩ ଦିନ ଯାଏଁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କରାଯାଇଛି ।

କେବଳ ଦିନ ନୁହେଁ ରାତିର ତାପମାତ୍ରା ମଧ୍ୟ ଅଧିକ ରହିବ ବୋଲି ପାଣିପାଗ ବିଭାଗ କହିଛି । ତେବେ ୨୨ ତାରିଖ ପରଠାରୁ ପାଣିପାଗ ବଦଳିବାର ସମ୍ଭାବନା ଥିବା ପାଣିପାଗ କହିଛି ।

Weather Update Heat Wave
Advertisment
Advertisment