Advertisment

ରାତିରେ ଘରୁ ନବାହାରିବାକୁ ପରାମର୍ଶ ଦେଲେ ଏସଆରସି

ରାଜ୍ୟରେ ପ୍ରବଳ ଶୀତ ଲହରୀ ନେଇ ସତର୍କ କରାଇଛନ୍ତି ରାଜ୍ୟ ସରକାର। ଏନେଇ ସବୁ ଜିଲ୍ଲାପାଳଙ୍କୁ ଚିଠି କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର।

ଅଦ୍ୟତନ ହୋଇଛି
SRC alert for Cold wave

SRC alert for Cold wave

Advertisment

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରି ବଢ଼ିବା ନେଇ ପାଣିପାଗ ବିଭାଗ ସତର୍କ କରିଛି। ଆଗାମୀ ୨୪ ଘଣ୍ଟାରେ ପ୍ରବଳ ଥଣ୍ଡା ନେଇ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, କଳାହାଣ୍ଡି, ବଲାଙ୍ଗିର, ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଶୀତ ଲହରି ନେଇ ଅନ୍ୟ ୧୯ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ସେହି ଜିଲ୍ଲାଗୁଡିକ ହେଲା- ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ନୟାଗଡ଼, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ବରଗଡ଼, ନୂଆପଡ଼ା, କନ୍ଧମାଳ, ନବରଙ୍ଗପୁର ଜିଲ୍ଲା। ସେହିପରି ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ଖୋର୍ଦ୍ଧା ଓ କଳାହାଣ୍ଡିରେ ବି ଦିନରେ ଥଣ୍ଡା ହେବ।

ସେପଟେ ରାଜ୍ୟରେ ପ୍ରବଳ ଶୀତ ଲହରୀ ନେଇ ସତର୍କ କରାଇଛନ୍ତି ରାଜ୍ୟ ସରକାର। ଏନେଇ ସବୁ ଜିଲ୍ଲାପାଳଙ୍କୁ ଚିଠି କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର। ପ୍ରବଳ ଥଣ୍ଡା ଅନୁଭୂତ ହେଉଥିବାରୁ ଲୋକଙ୍କୁ ସତର୍କ ରହିବାକୁ କୁହାଯାଇଛି। ରାତିରେ ଘର ଭିତରେ ରହିବା, ବାହାରକୁ ନବାହାରିବାକୁ ପରାମର୍ଶ ଦିଆଯାଇଛି। ଗୃହହୀନଙ୍କ ପାଇଁ ସରକାରୀ ସ୍କୁଲ, କମ୍ୟୁନିଟି ହଲ୍ ଖୋଲା ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ରାତ୍ର ଆଶ୍ରୟସ୍ଥଳରେ କେତେ ଲୋକ ରହୁଛନ୍ତି, ଦୈନିକ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି। 

Advertisment
Bhubaneswar Cold Wave SRC
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ