• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ପଶ୍ଚିମ କେନ୍ଦ୍ର ଏବଂ ତତସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବର୍ତ୍ତମାନ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା ଆସନ୍ତା ୨୪ ଘଂଟା ମଧ୍ୟରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ଏହା ଧିରେ ଧିରେ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ଦେଇ ଗତି କରିବ ।

ତେବେ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତା ୨୪ ଘଂଟା ପାଇଁ ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ସତର୍କତା ଜାରି ହୋଇଛି । ୪ ଜିଲ୍ଲାକୁ ଅରେଞ୍ଜ ଓ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଗଜପତି, ଗଂଜାମ, ମାଲକାନଗିରି, କୋରାପୁଟକୁ ଅତିପ୍ରବଳ ବର୍ଷା ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, ମୟୂରଭଂଜ ଓ କଳାହାଣ୍ଡିକୁ ପ୍ରବଳ ବର୍ଷା ଆଲର୍ଟ ଜାରି ହୋଇଛି ।

ସେପଟେ ମୁଣ୍ଡଳୀରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ । ବର୍ତ୍ତମାନ ମୁଣ୍ଡଳୀ ବ୍ୟାରେଜ ଦେଇ ମହାନଦୀ ତଳମୁଣ୍ଡକୁ ସେକେଣ୍ଡ ପ୍ରତି ୯୦ ହଜାର କ୍ୟୁସେକ ପାଣି ନିଷ୍କାସିତ ହେଉଛି । ହୀରାକୁଦ ଜଳଭଣ୍ଡାରରେ ଏବେ ୧୨ଟି ଗେଟ୍ ଖୋଲିଥିବା ବେଳେ, ଆଗକୁ ମୁଣ୍ଡଳୀ ଦେଇ ଅଧିକ ପାଣି ପ୍ରବାହିତ ହେବ ।

  • Reported by:
  • ARACHANA SATPATHY