/odishatv-khabar/media/post_attachments/uploadimage/library/16_9/16_9_0/IMAGE_1700018354.jpg)
Low Pressure
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ଅବପାତରେ ପରିଣତ ହେବ। ଏହା ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶାରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଗଂଜାମ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଜଗତସିଂହପୁର ଏବଂ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।
ଆସନ୍ତାକାଲି ଏହି ଅବପାତ ଉତ୍ତର- ଉତ୍ତର ପୂର୍ବ ଦିଗକୁ ଗତି କରି ଗଭୀର ଅବପାତରେ ପରିଣତ ହେବ। ଓଡ଼ିଶା ଉପକୂଳ ନିକଟ ଦେଇ ଏହା ଗତି କରୁଥିବାରୁ ୧୬ ଓ ୧୭ ତାରିଖରେ ରାଜ୍ୟରେ ଏହାର ସର୍ବାଧିକ ପ୍ରଭାବ ପଡ଼ିବ। ୧୬ ତାରିଖରେ ରାଜ୍ୟର ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ଅବପାତରେ ପରିଣତ ହେବ । ଏହା ପ୍ରଭାବରେ ଆଜିଠୁ
ରାଜ୍ୟରେ ବର୍ଷା ସମ୍ଭାବନା...#LowPressure#Rain#Odishapic.twitter.com/VAdvunTjsQ— ଓଟିଭି (@otvkhabar) November 15, 2023
ଏହି ୩ ଜିଲ୍ଲା ହେଲା ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ। ୧୭ ତାରିଖରେ ଉତ୍ତର ଓଡ଼ିଶାରେ ବର୍ଷା ହେବ। ବାଲେଶ୍ୱର, କେନ୍ଦ୍ରାପଡ଼ା, ଭଦ୍ରକ, ମୟୂରଭଂଜ, କେନ୍ଦୁଝର, ଯାଜପୁର, ଜଗତସିଂହପୁରରେ ବର୍ଷା ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ଆଜିଠୁ ୧୭ ତାରିଖ ଯାଏ ଓଡ଼ିଶା ଉପକୂଳ ଓ ଆଖପାଖ ଅଞ୍ଚଳରମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ମନା କରାଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)