Advertisment

ଆଜିଠୁ ପ୍ରବଳ ବର୍ଷିବ...୧୭ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଲଘୁଚାପ ପ୍ରଭାବରେ ଆଜିଠୁ ବର୍ଷା ସମ୍ଭାବନା....ଦକ୍ଷିଣ ଓଡ଼ିଶାରେ ବର୍ଷା ନେଇ ପୂର୍ବାନୁମାନ ...

ଅଦ୍ୟତନ ହୋଇଛି
Low Pressure

Low Pressure

Advertisment

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ଅବପାତରେ ପରିଣତ ହେବ। ଏହା ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶାରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଗଂଜାମ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଜଗତସିଂହପୁର ଏବଂ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।

Advertisment

ଆସନ୍ତାକାଲି ଏହି ଅବପାତ ଉତ୍ତର- ଉତ୍ତର ପୂର୍ବ ଦିଗକୁ ଗତି କରି ଗଭୀର ଅବପାତରେ ପରିଣତ ହେବ। ଓଡ଼ିଶା ଉପକୂଳ ନିକଟ ଦେଇ ଏହା ଗତି କରୁଥିବାରୁ ୧୬ ଓ ୧୭ ତାରିଖରେ ରାଜ୍ୟରେ ଏହାର ସର୍ବାଧିକ ପ୍ରଭାବ ପଡ଼ିବ। ୧୬ ତାରିଖରେ ରାଜ୍ୟର ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।

Advertisment

ଏହି ୩ ଜିଲ୍ଲା ହେଲା ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ। ୧୭ ତାରିଖରେ ଉତ୍ତର ଓଡ଼ିଶାରେ ବର୍ଷା ହେବ। ବାଲେଶ୍ୱର, କେନ୍ଦ୍ରାପଡ଼ା, ଭଦ୍ରକ, ମୟୂରଭଂଜ, କେନ୍ଦୁଝର, ଯାଜପୁର, ଜଗତସିଂହପୁରରେ ବର୍ଷା ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ଆଜିଠୁ ୧୭ ତାରିଖ ଯାଏ ଓଡ଼ିଶା ଉପକୂଳ ଓ ଆଖପାଖ ଅଞ୍ଚଳରମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ମନା କରାଯାଇଛି ।  

IMD Low Pressure
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ