Advertisment

ଆଜି ବି ବର୍ଷିବ; ୧୫ ଜିଲ୍ଲାକୁ ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ

ରାଜ୍ୟର ବିଭିନ୍ନ ସ୍ଥାନକୁ ବର୍ଷା ଆଲର୍ଟ। ପାଣିପାଗ ବିଭାଗର ପୂର୍ବାନୁମାନ, ଆଜି ରାଜ୍ୟରେ ଅଧାରୁ ଅଧିକ ଜିଲ୍ଲାରେ ଲାଗିରହିବ ବର୍ଷା । ୧୫ ଜିଲ୍ଲାକୁ ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଅଦ୍ୟତନ ହୋଇଛି
Heavy Rain Warning in Odisha: IMD Alert for 15 Districts

Rain

Advertisment

ରାଜ୍ୟର ବିଭିନ୍ନ ସ୍ଥାନକୁ ବର୍ଷା ଆଲର୍ଟ। ପାଣିପାଗ ବିଭାଗର ପୂର୍ବାନୁମାନ, ଆଜି ରାଜ୍ୟରେ ଅଧାରୁ ଅଧିକ ଜିଲ୍ଲାରେ ଲାଗିରହିବ ବର୍ଷା । ବିଜୁଳି ଘଡ଼ଘଡ଼ି ପାଇଁ ମଧ୍ୟ ୱାର୍ଣ୍ଣିଂ ଜାରି ହୋଇଛି । ୧୫ ଜିଲ୍ଲାକୁ ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Advertisment

ଏହି ସବୁ ଜିଲ୍ଲା ଗୁଡ଼ିକରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୨ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗିରହିବ। ବିଶେଷ କରି ଆଂଶିକ ଭାବେ ପୂର୍ବ ଓ ପଶ୍ଚିମ ଓଡ଼ିଶା ଏବଂ ସମ୍ପୂର୍ଣ୍ଣ ଭାବେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ତେବେ ୨୭ ପରେ ପାଗରେ ପରିବର୍ତ୍ତନ ହେବ ବୋଲି ଆଶା ରଖାଯାଇଛି।

ଅଧିକ ପଢ଼ନ୍ତୁ: କମିଛି ବର୍ଷା-କମିନି ଦୁର୍ଦ୍ଦଶା, ସୁଧୁରିବାକୁ ଲାଗିବ ୧୦ ଦିନ..!

ଏପଟେ ବନ୍ୟା କମିଛି, ହେଲେ ବିପନ୍ନଙ୍କ ଦୁର୍ଦ୍ଦଶା ସରୁନି । ପେଟକୁ ଦାନା ଯାଉନି କି ଆଖିକୁ ନିଦ ନାହିଁ । ବାଲେଶ୍ବର ବାଲିଆପାଳ ଓ ଭୋଗରାଇ ବ୍ଲକର ଅନେକଙ୍କ ଘରେ ଏବେ ବି ଚୁଲି ଜଳୁନି। ଶୁଖିଲା ଖାଦ୍ୟ ଖାଇ ଦିନ କଟୁଛନ୍ତି ବିପନ୍ନ। ସୁବର୍ଣ୍ଣରେଖା ନଦୀ ବନ୍ୟାରେ ସାମାନ୍ୟ ସୁଧାର ଆସିଥିଲେ ବି ସ୍ବାଭାବିକ ହୋଇନି ସେମାନଙ୍କ ଜୀବନ। ଭୋଗରାଇ ବ୍ଲକର କୁମ୍ଭୀରଗଡି ପଞ୍ଚାୟତ, କୁଷୁଡା, ଗବଗାଁ, ମନୁନଗର ଏବଂ ରସଲପୁଲ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ରହିଛି।

Weather Update Rainfall Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ