• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ଆଗାମୀ ୪ ଦିନ ଲାଗି ଦେଶର ୬ଟି ରାଜ୍ୟକୁ ଗ୍ରୀଷ୍ଣପ୍ରବାହ ଏବଂ ୩ଟି ରାଜ୍ୟରେ ଭାରି ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ରାଜସ୍ଥାନ, ପଞ୍ଜାବ, ହରିୟାଣା, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ବିହାରରେ ଗ୍ରୀଷ୍ଣପ୍ରବାହ ନେଇ ପୂର୍ବାନୁମାନ କରାଯାଇଛି ।

ସେହିପରି ତାମିଲନାଡୁ, କେରଳ ଏବଂ ଦକ୍ଷିଣ କର୍ଣ୍ଣାଟକରେ ଭାରି ବର୍ଷା ସମ୍ଭାବନା ରହିଛି । ଏପଟେ ତାମିଲନାଡୁ ନିଳଗିରିରେ ପ୍ରବଳ ବର୍ଷା ହୋଇଛି । ବର୍ଷା ଯୋଗୁ ରାସ୍ତାଘାଟ ବୁଡିବା ସହ ଅନେକ ତଳିଆ ଅଞ୍ଚଳରେ ପାଣି ପଶିଛି । ଆହୁରି ୩ ଦିନ ଧରି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏଥିପାଇଁ ଏହି ଅଞ୍ଚଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ଓଡ଼ିଶାରେ ମଧ୍ୟ ବଢ଼ିବ ତାତି । ଦିନର ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ । ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ସେପଟେ ଆସନ୍ତା ମେ ୧୯ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ସାଗର, ଦକ୍ଷିଣ ପୂର୍ବ ବଙ୍ଗୋପ ସାଗର ଓ ନିକୋବର ଦ୍ୱୀପ ପୁଞ୍ଜ ଛୁଇଁବ ବୋଲି ଆକଳନ କରାଯାଇଛି ।

ସୂଚନା ଅନୁସାରେ ମେ୧୯ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ସାଗର, ଦକ୍ଷିଣ ପୂର୍ବ ବଙ୍ଗୋପ ସାଗର ଓ ନିକୋବର ଦ୍ୱୀପ ପୁଞ୍ଜ ଛୁଇଁବ । ଏହା କହିଛି ଭୁବନେଶ୍ୱର ପାଣିପାଗ ବିଭାଗ । କେରଳକୁ ମୌସୁମୀ ବାୟୁ ଛୁଇଁବା ପରେ କୁହାଯାଇପାରିବ ଯେ, ଓଡ଼ିଶାରେ କେବେ ମୌସୁମୀ ବାୟୁ ପହଞ୍ଚିବ ।

ସେହିପରି ଗତ କିଛିଦିନ ତଳେ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ଯୋଗୁ ତାତିରୁ ମିଳିଛି ଆଶ୍ୱସ୍ତି । କିନ୍ତୁ କିଛିଦିନ ତଳେ ହୋଇଥିବା ବିଳମ୍ବିତ ରାତିର କାଳବୈଶାଖୀ ବର୍ଷା ଟ୍ୱିନ୍ ସିଟିକୁ ଅସ୍ତବ୍ୟସ୍ତ କରିପକାଇଥିଲା । ହଠାତ କିଛି ସମୟ ପାଇଁ ଘଡଘଡ଼ି ବିଜୁ ସହ ପ୍ରବଳ ବର୍ଷା ହୋଇଥିଲା । ଏମିତିକି ତୁହାକୁ ତୁହା ଜୋରରେ ପବନ ବହିଥିଲା । ଫଳରେ ବିଦ୍ୟୁତ୍ କାଟ ହେବା ସାଙ୍ଗକୁ ରାସ୍ତାରେ କିଛି ସମୟ ପାଇଁ ଗାଡିମୋଟର ଚଳାଚଳରେ ବାଧା ଉପୁଜିଥିଲା ।

OTV is now on Whatsapp

Join and get latest news update delivered to you via whatsapp

Join Now