Special story
ରାଜ୍ୟରେ ସକ୍ରିୟ ମୌସୁମୀ ପ୍ରଭାବରେ ଜାରି ରହିଛି ବର୍ଷା । ଫଳରେ ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିଥିବା ବେଳେ ତୁହାକୁ ତୁହା ବର୍ଷା ଲାଗି ରହିଛି । ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୧୪ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସବୁ ଜିଲ୍ଲା ଗୁଡ଼ିକ ହେଉଛି ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ସୁନ୍ଦରଗଡ଼, ଦେଓଗଡ଼ ଏବଂ କେନ୍ଦୁଝର ।
ଆସନ୍ତାକାଲି ସକାଳ ୮ଟା ୩୦ ଯାଏ ଏହି ସବୁ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସେପଟେ ଆସନ୍ତାକାଲି ବର୍ଷା ସାମାନ୍ୟ କମିବ ବୋଲି ପୂର୍ବାନୁମାନ କରାଯାଇଛି । ଅନ୍ୟପଟେ ମୌସୁମୀ ପ୍ରଭାବରେ ଶନିବାର ଦିନ ଭୁବନେଶ୍ୱର, ଢେଙ୍କାନାଳ, କଟକ ଓ ଅନୁଗୁଳ ଆଦି ଜିଲ୍ଲାର କିଛି ସ୍ଥାନରେ ଭୀଷଣ ବର୍ଷା ହୋଇଛି । ରାଜଧାନୀରେ ଚାରିଆଡ଼େ ପାଣି ଜମିଥିବା ଦେଖିବାକୁ ମିଳିଛି ।
ତେବେ ୨୬ ତାରିଖ ପରେ ପାଗ ଖୁଖିଲା ଓ ଖରାଟିଆ ରହିବା ସମ୍ଭାବନା ରହିଛି । ସୂଚନା ଅନୁସାରେ ମୌସୁମୀ ପ୍ରାୟ ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରୁ ଗାଏବ୍ ହୋଇଯିବ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us