Advertisment

Heat Wave In Odisha: କଲବଲ କରିବ, ନିଆଁବର୍ଷା ହେବ; ପ୍ରଚଣ୍ଡ ରୌଦ୍ରତାପ ନେଇ ସତର୍କ କରାଇଲା SRCଙ୍କ ଅଫିସ୍...

ଆଜି ରାଜ୍ୟର କିଛି ସ୍ଥାନରେ ତାପମାତ୍ରା ୪୧ ଡିଗ୍ରୀ ଛୁଇଁପାରେ। ଆସନ୍ତାକାଲି ପ୍ରାୟ ଅଧା ଓଡ଼ିଶାରେ ପାରଦ ୪୦ ଡିଗ୍ରୀ ଉପରକୁ ପାର କରିବା ସମ୍ଭାବନା ରହିଛି।

Heat Wave In Odisha

Heat Wave In Odisha

Advertisment

ଆସନ୍ତା ୧୩ ଓ  ୧୪ ତାରିଖରେ ପଶ୍ଚିମ ଓଡ଼ିଶାରେ ହୋଇପାରେ ନିଆଁବର୍ଷା। ତା ପୂର୍ବରୁ ଆଜି କଲବଲ କରିବ ଖରା। ଆଜି ରାଜ୍ୟର କିଛି ସ୍ଥାନରେ ତାପମାତ୍ରା ୪୧ ଡିଗ୍ରୀ ଛୁଇଁପାରେ। ଆସନ୍ତାକାଲି ପ୍ରାୟ ଅଧା ଓଡ଼ିଶାରେ ପାରଦ ୪୦ ଡିଗ୍ରୀ ଉପରକୁ ପାର କରିବା ସମ୍ଭାବନା ରହିଛି। ଏଥିପାଇଁ SRCଙ୍କ ଅଫିସ୍ ପକ୍ଷରୁ ପ୍ରଚଣ୍ଡ ରୌଦ୍ରତାପ ନେଇ ସତର୍କ ସୂଚନା ଜାରି କରାଯାଇଛି। 

Advertisment

ଅଧିକ ପଢ଼ନ୍ତୁ: ପାରଦ ଉପରମୁହାଁ; ଏଥର ରେକର୍ଡ ଭାଙ୍ଗିବ ତାତି

ଆଭ୍ୟନ୍ତରୀଣ ଓଡ଼ିଶାର ୬ ଜିଲ୍ଲା ପାଇଁ ସତର୍କତା ଜାରି ହୋଇଛି। ଏହି ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ବଲାଙ୍ଗିର। ଏହିସବୁ ଜିଲ୍ଲାବାସୀଙ୍କୁ ଗ୍ରୀଷ୍ଣ ପ୍ରବାହକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି। 

ପୂର୍ବାହ୍ନ ୧୧ଟାରୁ ଅପରାହ୍ଣ ସାଢ଼େ ୩ଟା ଭିତରେ ଯେତେଦୂର ସମ୍ଭବ ଘରୁ ପଦାକୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ପରିସ୍ଥିତି ଉପରେ ନଜର ରଖି ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି। ଏଥିସହ ୪-୫ ଦିନ ଭିତରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିବ ତାତି। ତାପମାତ୍ରା ୩ରୁ ୫ ଡିଗ୍ରୀ ଯାଏ ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। 

Advertisment

ସେପଟେ ଏଥର ରେକର୍ଡ ଭାଙ୍ଗିବ ତାତି । ମାର୍ଚ୍ଚରୁ ମେ’ ଯାଏଁ ସ୍ୱାଭାବିକ ଠାରୁ ଅଧିକ ରହିବ ଦିନ ତାପମାତ୍ରା । ମାର୍ଚ୍ଚରୁ ମେ’ ମଧ୍ୟରେ ଗ୍ରୀଷ୍ମ ଲହର ଅବଧି ବୃଦ୍ଧି ସମ୍ଭାବନା ରହିଛି । ଅସ୍ୱାଭାବିକ ଗରମ ସାଙ୍ଗକୁ ପୂର୍ବ ରେକର୍ଡ ଭାଙ୍ଗିପାରେ ତାତି । ମାସ ତମାମ ସ୍ୱାଭାବିକ ଠାରୁ ଅଧିକ ତାପମାତ୍ରା ରହିବ ବୋଲି ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ସୂଚନା ଅନୁସାରେ, ସାଧାରଣତଃ ଫେବ୍ରୁଆରୀ ମାସ ବେଳକୁ ଶୀତ ପ୍ରକୋପ ରହିଥାଏ । ତେବେ ଚଳିତ ବର୍ଷ ଏହି ଧାରାରେ ବିରାମ ଲାଗିଥିଲା । ଚଳିତ ଫେବ୍ରୁଆରୀ ମାସ ବେଳକୁ ଶୀତ ଉଭାନ ହୋଇଯାଇଥିବା ବେଳେ ଫେବ୍ରୁଆରୀ ଆରମ୍ଭରୁ ତାପମାତ୍ରା ବୃଦ୍ଧି ପାଇଥିଲା । ଏବେଠୁ ଖରାର ପ୍ରକୋପ ଦେଖି ଆଗକୁ ତାତି ଆଗକୁ ବଢ଼ିବ ବୋଲି ଲୋକଙ୍କ ମନରେ ଛନକା ପଶିଲାଣି ।

Advertisment

ଅଧିକ ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ତାତି; ୩୮ ଡିଗ୍ରୀ ଡେଇଁଲା ଝାରସୁଗୁଡା ତାପମାତ୍ରା

IMD Heat Wave Heat Wave In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ