/odishatv-khabar/media/post_attachments/uploadimage/library/16_9/16_9_0/IMAGE_1653892580.jpg)
IMD issues yellow warning to 10 districts for heavy rain
ଆସନ୍ତା ୨୪ ଘଣ୍ଟାରେ ବର୍ଷା ସମ୍ଭାବନା । ପ୍ରଚଣ୍ଡ ଘଡ଼ଘଡ଼ି ବିଜୁଳି ସହ ବର୍ଷା ପାଇଁ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଦକ୍ଷିଣ ଓ ଉତ୍ତର ଓଡ଼ିଶାର ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆଜି ଭୁବନେଶ୍ୱର ସମେତ ରାଜ୍ୟର କିଛି ଅଞ୍ଚଳରେ ପାଗ କୋହଲା ରହିଛି । ଗତକାଲି ରାଜ୍ୟର ଅନେକ ସ୍ଥାନରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ପାଗରେ ଏମିତି ପରିବର୍ତ୍ତନ ହୋଇଛି । ସାଧାରଣ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସେହିପରି ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ କାଳବୈଶାଖୀ ବର୍ଷା ଲାଗି ରହିବ ବୋଲି ବିଭାଗ ପୂର୍ବାନୁମାନ କରିଛି । ଉପକୂଳ ଓଡ଼ିଶାରେ ତାତି ନବଢିଲେ ମଧ୍ୟ ଅସହ୍ୟ ଗୁଳୁଗୁଳିରେ ସନ୍ତୁଳି ହେବେ ।
ପାଣିପାଗ ବିଭାଗର ସୂଚନା ଅନୁସାରେ, ଗତକାଲି ୧୭ ସହରରେ ଦିନ ତାପମାତ୍ରା ୪୦ ଡ଼ିଗ୍ରୀ କିମ୍ବା ତାଠାରୁ ଅଧିକ ରେକର୍ଡ କରାଯାଇଛି । ଏମିତିକି ୮ ଟି ସହରରେ ଦିନ ତାପମାତ୍ରା ୪୩ ଡ଼ିଗ୍ରୀ କିମ୍ବା ଏହାଠାରୁ ଅଧିକ ରେକର୍ଡ କରାଯାଇଥିବା ବେଳେ ୪୪ ଡ଼ିଗ୍ରୀ ସହ ସୋନପୁର ରାଜ୍ୟର ଉତ୍ତପ୍ତ ସହର ପାଲଟିଛି ।
୧୭ ସହର ରେ ଦିନ ଦିନ ତାପମାତ୍ରା ୪୦ ଡ଼ିଗ୍ରୀ କିମ୍ବା ଅଧିକ ରେକର୍ଡ
୮ ସହରରେ ଦିନ ତାପମାତ୍ରା ୪୩ ଡ଼ିଗ୍ରୀ କିମ୍ବା ଅଧିକ ରେକର୍ଡ
୪୪ ଡ଼ିଗ୍ରୀ ସହ ସୋନପୁର ରାଜ୍ୟର ଉତ୍ତପ୍ତ ସହର pic.twitter.com/x8MJorVCPO
— Meteorological Centre, Bhubaneswar (@mcbbsr) May 29, 2022
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)