Advertisment

୨୪ ଘଣ୍ଟାରେ ବର୍ଷା ସମ୍ଭାବନା; ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଦକ୍ଷିଣ ଓ ଉତ୍ତର ଓଡ଼ିଶାର ୧୦ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା...

ଅଦ୍ୟତନ ହୋଇଛି
IMD issues yellow warning to 10 districts for heavy rain

IMD issues yellow warning to 10 districts for heavy rain

Advertisment

ଆସନ୍ତା ୨୪ ଘଣ୍ଟାରେ ବର୍ଷା ସମ୍ଭାବନା । ପ୍ରଚଣ୍ଡ ଘଡ଼ଘଡ଼ି ବିଜୁଳି ସହ ବର୍ଷା ପାଇଁ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଦକ୍ଷିଣ ଓ ଉତ୍ତର ଓଡ଼ିଶାର ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Advertisment

ଆଜି ଭୁବନେଶ୍ୱର ସମେତ ରାଜ୍ୟର କିଛି ଅଞ୍ଚଳରେ ପାଗ କୋହଲା ରହିଛି । ଗତକାଲି ରାଜ୍ୟର ଅନେକ ସ୍ଥାନରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ପାଗରେ ଏମିତି ପରିବର୍ତ୍ତନ ହୋଇଛି । ସାଧାରଣ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସେହିପରି ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ କାଳବୈଶାଖୀ ବର୍ଷା ଲାଗି ରହିବ ବୋଲି ବିଭାଗ ପୂର୍ବାନୁମାନ କରିଛି । ଉପକୂଳ ଓଡ଼ିଶାରେ ତାତି ନବଢିଲେ ମଧ୍ୟ ଅସହ୍ୟ ଗୁଳୁଗୁଳିରେ ସନ୍ତୁଳି ହେବେ ।

Advertisment

ପାଣିପାଗ ବିଭାଗର ସୂଚନା ଅନୁସାରେ, ଗତକାଲି ୧୭ ସହରରେ ଦିନ ତାପମାତ୍ରା ୪୦ ଡ଼ିଗ୍ରୀ କିମ୍ବା ତାଠାରୁ ଅଧିକ ରେକର୍ଡ କରାଯାଇଛି । ଏମିତିକି ୮ ଟି ସହରରେ ଦିନ ତାପମାତ୍ରା ୪୩ ଡ଼ିଗ୍ରୀ କିମ୍ବା ଏହାଠାରୁ ଅଧିକ ରେକର୍ଡ କରାଯାଇଥିବା ବେଳେ ୪୪ ଡ଼ିଗ୍ରୀ ସହ ସୋନପୁର ରାଜ୍ୟର ଉତ୍ତପ୍ତ ସହର ପାଲଟିଛି । 

Advertisment

Odisha Weather Weather Update Rain Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ