Advertisment

୪୮ ଘଣ୍ଟାରେ ଲଘୁଚାପ ! ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସହ ଉତ୍ତର ଓଡ଼ିଶା ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି...

ଅଦ୍ୟତନ ହୋଇଛି
IMD issues yellow warning to 24 districts for heavy rain

IMD issues yellow warning to 24 districts for heavy rain

Advertisment

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ପ୍ରବଳ ବର୍ଷା ସହ ଉତ୍ତର ଓଡ଼ିଶା ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ୪ରୁ ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

Advertisment

ପ୍ରବଳ ବର୍ଷାକୁ ନେଇ ଆସନ୍ତାକାଲି ପର୍ଯ୍ୟନ୍ତ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ପରବର୍ତ୍ତୀ ୨୪ ଘଣ୍ଟା ପର୍ଯ୍ୟନ୍ତ ଆଉ ୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଏହି ଆଲର୍ଟ ଜାରି କରାଯାଇଛି । ଏହାସହ ଆସନ୍ତା ୪ ତାରିଖରେ ପ୍ରବଳ ବର୍ଷା ନେଇ ୧୪ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ।

Advertisment

କେତେକ ସ୍ଥାନରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଥିବାବେଳେ ଆଉ କେତେକ ସ୍ଥାନରେ ୧୧ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି । ତେବେ ପ୍ରବଳ ବର୍ଷା ଚାଷ ପାଇଁ ଉପଯୋଗୀ ହେଲେ ବି କିଛି ସ୍ଥାନ ଜଳମଗ୍ନ ହୋଇ ରହିବାର ଆଶଙ୍କା କରାଯାଉଛି । ଏହାସହ ଏହା ପ୍ରଭାବରେ କିଛି ସହରାଞ୍ଚଳରେ ଟ୍ରାଫିକ୍ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ମଧ୍ୟ ରହିଛି ।

IMD Forecast Odisha Weather Weather Update
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ