ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ବିଶେଷ କରି ନବଙ୍ଗରପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନୟାଗଡ଼, ବୌଦ୍ଧ, କଟକ, ମୟୁରଭଞ୍ଜ, ସୁନ୍ଦରଗଡ଼ ଆଦି ଜିଲ୍ଲାରେ ବର୍ଷିବ ବର୍ଷା । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
Also Read
#Warning for Day-1, Day-4 & Day-5
— Meteorological Centre, Bhubaneswar (@mcbbsr) July 18, 2022
Day-2 & Day-3: No warning pic.twitter.com/55EPezoXwQ
ତେବେ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ କୌଣସି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ନାହିଁ । ହେଲେ ୨୧ ଏବଂ ୨୨ ତାରିଖବେଳକୁ ପୁଣି ବର୍ଷାର ପରିମାଣ ବଢ଼ିବ । ବହୁସ୍ଥାନରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ଅଧିକ ରହିଥିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।