ଆସୁଛି ଆଉ ଏକ ଲଘୁଚାପ। ଆସନ୍ତାକାଲି ବେଳକୁ ପୂର୍ବ କେନ୍ଦ୍ରୀୟ-ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ଆଜିଠୁ ୩୧ ତାରିଖ ଯାଏଁ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି।
ଅଧିକ ପଢ଼ନ୍ତୁ: ୨୯ରେ ପୁଣି ଲଘୁଚାପ; ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ !
Also Read
#PressRelease on Low pressure area is likely to form over East central & adjoining North Bay of Bengal on 29th August. In view of the formation of the system, Odisha state is very likely to experience an active wet spell during 28th to 31st August. pic.twitter.com/R7vW35o4Rs
— Meteorological Centre, Bhubaneswar (@mcbbsr) August 27, 2024
ଆଜି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମ। ସେହିପରି ୨୯ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ାକୁ ଭୀଷଣ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।