/odishatv-khabar/media/post_attachments/uploadimage/library/16_9/16_9_0/____1663727311.jpg)
IMD predicts heavy rainfall in 8 Odisha districts
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ସ୍ଥଳଭାଗ ମୁହାଁ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଆଭ୍ୟନ୍ତରୀଣ ଭାଗରେ ଝିପି ଝିପି ବର୍ଷା ଲାଗି ରହିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଦ୍ୱାରା ଜାରି କରାଯାଇଥିବା ସୂଚନା ଅନୁସାରେ, ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଉତ୍ତର-ଓଡ଼ିଶା ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବ।
ସ୍ଥଳ ଭାଗ ମୁହାଁ ଲଘୁଚାପ!!!
ଆଜି ପଶ୍ଚିମ ସମେତ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ଚେତାବନୀ ଜାରି
24 ଘଣ୍ଟା ପରେ ରାଜ୍ୟରେ କମିବ ଲଘୁଚାପ ର ପ୍ରଭାବ pic.twitter.com/zhhtQF3Ir0
— Meteorological Centre, Bhubaneswar (@mcbbsr) September 21, 2022
ଆଜି ରାଜ୍ୟରେ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ପଶ୍ଚିମ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ଆସନ୍ତାକାଲି କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲାଙ୍ଗିର, ବରଗଡ, ଝାରସୁଗୁଡ଼ା, ସୁନ୍ଦରଗଡ଼ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେପଟେ ୨୪ ଘଣ୍ଟା ପରେ ରାଜ୍ୟରେ ଲଘୁଚାପର ପ୍ରଭାବ କମିବ। ମୌସୁମୀ ପ୍ରଭାବରେ ରାଜ୍ୟରେ ଜୁନ୍ ୧ରୁ ସେପ୍ଟେମ୍ବର ୨୦ ମଧ୍ୟରେ ୧୧୪୦.୯ ମି.ମି. ବର୍ଷା ରେକର୍ଡ କରାଯାଇଛି।
ଯାହା ସ୍ୱାଭାବିକ ବର୍ଷା ୧୦୯୧.୧ ମି.ମି. ତୁଳନାରେ ୫% ଅଧିକ। କନ୍ଧମାଳ ଜିଲ୍ଲା ରେ ବର୍ତ୍ତମାନ ସୁଦ୍ଧା ସର୍ବାଧିକ ୧୬୪୯.୯ ମି.ମି. (୫୧ ପ୍ରତିଶତ ଅଧିକ ) ଏବଂ ଭଦ୍ରକ ଜିଲ୍ଲାରେ ସର୍ବନିମ୍ନ ୮୩୬.୧ ମି.ମି. (୧୮ ପ୍ରତିଶତ କମ୍ ) ବର୍ଷା ରେକର୍ଡ ହୋଇଛି। ଏହି ସମୟ ମଧ୍ୟରେ ୫ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ଏବଂ ୨୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି।
ମୌସୁମୀ ପ୍ରଭାବରେ ରାଜ୍ୟରେ ୧ ଜୁନ ରୁ ୨୦ ସେପ୍ଟେମ୍ବର ମଧ୍ୟରେ ୧୧୪୦.୯ ମିମି ବର୍ଷା ରେକର୍ଡ
ଯାହା ସ୍ୱାଭାବିକ ବର୍ଷା ୧୦୯୧.୧ ମିମି ତୁଳନାରେ
୫% ଅଧିକକନ୍ଧମାଳ ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ସର୍ବାଧିକ ୧୬୪୯.୯ ମିମି (୫୧ ପ୍ରତିଶତ ଅଧିକ ) ଏବଂ ଭଦ୍ରକ ଜିଲ୍ଲାରେ ସର୍ବନିମ୍ନ ୮୩୬.୧ ମିମି (୧୮ ପ୍ରତିଶତ କମ ) ବର୍ଷା ରେକର୍ଡ pic.twitter.com/fIaWcjvTKh
— Meteorological Centre, Bhubaneswar (@mcbbsr) September 21, 2022
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)