Advertisment

ରାଜ୍ୟରେ ବଢ଼ିବ ବର୍ଷା; ବିଜୁଳି ଘଡ଼ଘଡ଼ି ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଉପକୂଳରୁ ଉତ୍ତର, ଦକ୍ଷିଣରୁ ପଶ୍ଚିମ ସବୁଠି ଜାରି ରହିବ ବର୍ଷା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା । ଆଗାମୀ ୫ ଦିନ ଯାଏଁ ସମାନ ସ୍ଥିତି ରହିପାରେ ।

author-image
Sujit kumar Swain
ଅଦ୍ୟତନ ହୋଇଛି
Weather Updates: Rainfall Alert In Odisha

Weather Update

ରାଜ୍ୟରେ ବଢ଼ିବ ବର୍ଷା । ଉପକୂଳରୁ ଉତ୍ତର, ଦକ୍ଷିଣରୁ ପଶ୍ଚିମ ସବୁଠି ଜାରି ରହିବ ବର୍ଷା। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବିଜୁଳୀ ଘଡ଼ଘଡ଼ି ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। 

Advertisment

ଝାରସୁଗୁଡା, ସୁନ୍ଦରଗଡ଼, କେନ୍ଦୁଝର, ଦେଓଗଡ, ମୟୂରଭଂଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ ଓ ଜଗତସିଂହପୁର ଜିଲ୍ଲାକୁ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ।ଆଗାମୀ ୫ ଦିନ ଯାଏଁ ଏପରି ସମାନ ସ୍ଥିତି ରହିପାରେ।

ଅଧିକ ପଢ଼ନ୍ତୁ: ବର୍ଷାରେ ବେହାଲ୍ ଉତ୍ତର-ଭାରତ; ସିକ୍କିମରେ ଜଳପ୍ରଳୟ, କେଦାରନାଥରେ ଧସିଲା ବରଫ ପାହାଡ଼

Advertisment

ତେବେ ମୌସୁମୀ ସିଜିନରେ ୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ବେଳେ ୨୪ ଜିଲ୍ଲାରେ ରେକର୍ଡ ହୋଇଛି ନିଅଣ୍ଟିଆ ବର୍ଷା । ଜୁନ ମାସରେ ୪୧ ପ୍ରତିଶତ କମ୍ ବର୍ଷା ହୋଇଛି । ଜୁନ୍ ୧ରୁ ଏବେ ସୁଦ୍ଧା ରାଜ୍ୟରେ ସ୍ୱାଭାବିକ ଠାରୁ ୩୯% କମ୍ ବର୍ଷା ହୋଇଛି । ୫ ଜିଲ୍ଲାରେ ସ୍ଥିତି ଅତି ଉତ୍କଟ ଏବଂ ୧୭ ଜିଲ୍ଲାରେ ୨୦ରୁ ୫୯% ନିଅଣ୍ଟିଆ ବର୍ଷା ହୋଇଛି।

ବନ୍ୟା ନିୟନ୍ତ୍ରଣ, ନଦୀ ପୁନରୁଦ୍ଧାର ଓ ଜଳପଥର ଉନ୍ନତୀକରଣ ପାଇଁ ରାଜ୍ୟରେ ଗଠନ ହେବ ୪ଟି ବୈଷୟିକ କମିଟି । ଜଳ ସଂପଦ ବିଭାଗ ଅଧିକାରୀଙ୍କ ସହ ଚଳିତ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନା ପ୍ରସ୍ତୁତିର ସମୀକ୍ଷା ସହିତ, ୪ଟି ବୈଷୟିକ କମିଟି ଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। 

Weather Update Rainfall Alert
Advertisment
Advertisment