/odishatv-khabar/media/post_attachments/uploadimage/library/16_9/16_9_0/IMAGE_1729390809.jpg)
Heavy Rainfall
ଆସୁଛି ବଡ଼ ବର୍ଷା । ଆସନ୍ତା ୨୩ ତାରିଖ, ୨୪ ଓ ୨୫ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗତକାଲି କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଆସନ୍ତାକାଲି ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ବଳ ଗୋଟାଇ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସଂଭାବନା ରହିଛି । ଏହି ସିଷ୍ଟମ କ୍ରମେ ଉତ୍ତର ପଶ୍ଚିମ ଦିଗକୁ ଗତିକରି ଅଧିକ ଘନୀଭୂତ ହୋଇ ୨୩ ତାରିଖ ବେଳକୁ ଅବପାତରେ ପରିଣତ ହେବ ।
ତେବେ ଏହାର ପ୍ରଭାବରେ ଆସନ୍ତା ୨୩, ୨୪ ଓ ୨୫ ତାରିଖରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । ତେବେ ଏହା ବାତ୍ୟାରେ ପରିଣତ ହେବ କି ନାହିଁ, କ’ଣ ରହିବ ଏହାର ରୂପ, କେଉଁ ଦିଗରେ ଗତି କରିବ, କେତେ ଶକ୍ତିଶାଳୀ ହେବ ଓ କେତେ ବେଗରେ ପବନ ବହିବ ଏନେଇ କୌଣସି ପୂର୍ବାନୁମାନ କରିନାହିଁ ପାଣିପାଗ ବିଭାଗ ।
ଭାରତୀୟ ପାଣିପାଗ ବିଭାଗ କହିଛି ଲଘୁଚାପ କ୍ଷେତ୍ରରେ ପରିଣତ ହେବା ପରେ ହିଁ ଏହାର ରୂପରେଖ ଓ ଗତି ବାବଦରେ ଆକଳନ କରାଯିବ । ସେପଟେ ସମୁଦ୍ର ମଧ୍ୟରେ ଥିବା ମତ୍ସ୍ୟଜୀବୀ ଆସନ୍ତାକାଲି ସୁଦ୍ଧା ଫେରିଆସନ୍ତୁ ବୋଲି କହିଛନ୍ତି IMD ଡିଜି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)