/odishatv-khabar/media/post_attachments/uploadimage/library/16_9/16_9_0/Rain__1712494760.jpg)
Rain
ବଦଳିଲା ପାଣିପାଗ । ଖରା ତାତି ଓ ଗୁଳୁଗୁଳିରୁ ମିଳିଲା ଆଶ୍ୱସ୍ତି। ଆଜି ସନ୍ଧ୍ୟାରେ ଟୁଇନ ସିଟି ସମେତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇଛି । ଫଳରେ ପ୍ରାୟ ୭ ଦିନ ଧରି ଖରାରେ ଆଉଟୁ ପାଉଟୁ ହେଉଥିବା ଲୋକଙ୍କୁ ତାତିରୁ ତ୍ରାହି ମିଳିଛି । ଆଜି ଦିନରେ ରାଜ୍ୟର ପ୍ରାୟ ସବୁ ଅଂଚଳରେ ତାପମାତ୍ରା ହ୍ରାସ ପାଇଥିଲା । ତେବେ ସନ୍ଧ୍ୟା ବେଳକୁ ରାଜଧାନୀ ଭୁବନେଶ୍ୱରରେ କଳାହାଣ୍ଡିଆ ମେଘ ଘୋଟାଇ ଆସିଥିଲା । ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ମଧ୍ୟ ଟ୍ୱିନ୍ ସିଟି ସମେତ ବିଭିନ୍ନ ସ୍ଥାନରେ ହୋଇଥିବା ଦେଖା ଦେଇଥିଲା ।
Advertisment
ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ଆସନ୍ତା ୨ ଦିନ ରାଜ୍ୟର କିଛି ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ଦଲକା ପବନ ବହିବା ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି । ଆସନ୍ତାକାଲି ବର୍ଷାର ପରିମାଣ ବଢ଼ିପାରେ ବୋଲି ପୂର୍ବାନୁମାନ କରାଯାଇଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)