• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ବଙ୍ଗୋପସାଗରରେ ସକ୍ରିୟ ହୋଇଛି ଘୂର୍ଣ୍ଣିବଳୟ । ଆଉ କେଇ ଘଂଟା ମଧ୍ୟରେ ଏହା ନେଇପାରେ ଲଘୁଚାପର ରୂପ । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଏହା ସହ ଅନେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ଅନୁମାନ କରାଯାଉଛି । ବିଶେଷ କରି ଆଗାମୀ ୩ ଘଣ୍ଟା ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେସବୁ ଜିଲ୍ଲାଗୁଡିକ ହେଲା କନ୍ଧମାଳ, ଦେବଗଡ଼ ଓ ରାୟଗଡ଼ା । ଏହି ୩ ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ଏଥି ପାଇଁ ଅତି ଜରୁରୀ ନଥିଲେ ଘରୁ ନ ବାହାରିବାକୁ କୁହାଯାଇଛି ।

ସେପଟେ ରାଜ୍ୟର ଭିନ୍ନ ଭିନ୍ନ ସ୍ଥାନରେ ବଜ୍ରପାତରେ ୧୦ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ତିନିଜଣ ଆହତ ହୋଇଛନ୍ତି । ଏନେଇ ଏସଆରସିଙ୍କ ପକ୍ଷରୁ ସୂଚନା ମିଳିଛି । ଖୋର୍ଦ୍ଧା ଜିଲ୍ଲାରେ ୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ତିନିଜଣ ଆହତ ହୋଇଛନ୍ତି । ବଲାଙ୍ଗିରରେ ୨ଜଣ, ଅନୁଗୁଳ, ବୌଦ୍ଧ, ଜଗତସିଂହପୁର ଓ ଢେଙ୍କାନାଳ ଜିଲ୍ଲାରେ ଜଣେ ଲେଖାଏଁ ବ୍ୟକ୍ତିଙ୍କ ଜୀବନ ନେଇଛି ବଜ୍ରପାତ ।

  • Reported by:
  • ARACHANA SATPATHY