Advertisment

ଆଜିଠୁ ରାଜ୍ୟରେ ଘଡଘଡି ସହ ପ୍ରବଳ ବର୍ଷା

ଆଜି ସକାଳୁ ଟ୍ୱିନ୍‌ ସିଟିର ବିଭିନ୍ନ ଅଂଚଳରେ ଘନ କୁହୁଡି ଦେଖିବାକୁ ମିଳିଛି । ରାଜ୍ୟରେ ଆଜି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ୪୦ରୁ ୫୦ କିମି ବେଗରେ ପବନ ବି ବହିବ ।

ଅଦ୍ୟତନ ହୋଇଛି
Rainfall Alert For Odisha

Rainfall Alert

Advertisment

ଆଜିଠାରୁ ରାଜ୍ୟରେ ଘଡଘଡି ସହ ବର୍ଷା । ୪୦ରୁ ୫୦ କିମି ବେଗରେ ପବନ ବି ବହିବ । ଏଭଳି ପାଗ ୧୮ ତାରିଖ ଯାଏଁ ଲାଗି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ମଙ୍ଗଳବାଠାରୁ ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ ଆରମ୍ଭ ହୋଇଥିବା ବେଳେ ନୟାଗଡ଼, କଳାହାଣ୍ଡି ସମେତ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇଛି।

Advertisment

ଗତକାଲି ସକାଳେ ଉପକୂଳବର୍ତ୍ତୀ ଜିଲ୍ଲା ଖୋର୍ଦ୍ଧା, ନୟାଗଡ଼କଟକ ରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇଛି। ଆଜି ଉତ୍ତର ଉପକୂଳ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା ସମେତ ୧୫ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୱାର୍ଣ୍ଣିଂ ଜାରି ହୋଇଛି ।

ଆଜିଠାରୁ ପଶ୍ଚିମା ଝଡ଼ର ପ୍ରଭାବ ଅଧିକ ରହିବ । ସେଥିଲାଗି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ର ସମସ୍ତ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି। ୧୭ତାରିଖରୁ ବର୍ଷାର ବିସ୍ତୃତି ବଢ଼ିବ । ୧୮ ତାରିଖରେ ପଶ୍ଚିମା ଝଡ଼ର ପ୍ରଭାବ ସର୍ବାଧିକ ରହିବ ଏବଂ ୧୯ରେ ପ୍ରଭାବ କମିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଆଜି ସକାଳୁ ଟ୍ୱିନ୍‌ ସିଟିର ବିଭିନ୍ନ ଅଂଚଳରେ ଘନ କୁହୁଡି ଦେଖିବାକୁ ମିଳିଛି ।

Advertisment
Weather Update Rainfall Alert Rainfall Warning
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ