• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ଦକ୍ଷିଣ ଆନ୍ଧ୍ର ଓ ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି । ଏହା ଆଜି ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ସମେତ ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବାନା ରହିଛି ।

ତା ସହ ପାର୍ଶ୍ୱବର୍ତ୍ତୀ ଜିଲ୍ଲା ରାୟଗଡ଼ା, ବୌଦ୍ଧ, ସୁବର୍ଣ୍ଣପୁର ଆଦି ୧୩ ଜିଲ୍ଲାକୁ ବର୍ଷା ପାଇଁ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ମଧ୍ୟ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ । ମାଲକାନଗିରି ଓ କୋରାପୁଟରେ ଜିଲ୍ଲାରେ ଅତି ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ ପାଣି ଜମିବା ସହ ଟ୍ରାଫିକ ସମସ୍ୟା ସୃଷ୍ଟି ହେବାକୁ ଥିବାରୁ ଏଥିପ୍ରତି ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।...

ସେପଟେ ଦକ୍ଷିଣ ଓଡ଼ିଶାରେ ବର୍ଷା ବିତ୍ପାତ ଦେଖାଦେଇଛି । ଲଘୁଚାପ ଜନିତ ଲଗାଣ ବର୍ଷାରେ ବେହାଲ ହୋଇଛି ମାଲକାନଗିରି ଓ ଗଜପତି ଜିଲ୍ଲା । ଏହି ଦୁଇ ଜିଲ୍ଲାର ବହୁ ସ୍ଥାନରେ ପୋଲ ଉପରେ ପାଣି ଚାଲୁଥିବାରୁ ପଡ଼ୋଶୀ ଆନ୍ଧ୍ର ଓ ଛତିଶଗଡ଼କୁ ଯୋଗାଯୋଗ ଠପ୍ ହୋଇଛି । ପାରଳାଖେମୁଣ୍ଡିରେ ପୋଲ ଭାସି ଯିବାରୁ ଅନେକ ଗାଁକୁ ଯୋଗାଯୋଗ ବିଛିନ୍ନ ହୋଇଛି।

ଲଗାଣ ବର୍ଷା ଯୋଗୁଁ ସବୁଆଡ଼େ ନଈ-ନାଳ ଫୁଲି ଜଳ ପ୍ଲାବନ ସ୍ଥିତି । ଚିତ୍ରକୋଣ୍ଡା ଠାରୁ ସ୍ୱାଭିମାନ ଅଞ୍ଚଳ ସମ୍ପୂର୍ଣ୍ଣ ବିଛିନ୍ନ ହୋଇଛି। ମୋଟୁ କନ୍ୟାଶ୍ରମ ପୋଲ ବୁଡ଼ିଯାଇଥିବାରୁ କାଲିମେଳାରୁ ପଡ଼ିଆ ଓ ଏମଭି-୩୭ ପୋଲ ବୁଡ଼ିଥିବାରୁ ମାଲକାନଗିରି-କାଲିମେଳା ପରସ୍ପରଠାରୁ ବିଛିନ୍ନ ହୋଇଛନ୍ତି ।