/odishatv-khabar/media/post_attachments/uploadimage/library/16_9/16_9_0/IMAGE_1686222161.jpg)
Intense dust storm witnessed in Patia area of Bhubaneswar
ରାଜଧାନୀ ଭୁବନେଶ୍ୱରରେ କାଳବୈଶାଖୀ ତାଣ୍ଡବ ରଚିଛି। ଉତ୍ତର ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ପ୍ରବଳ ଝଡ଼ବର୍ଷା ହୋଇଛି। ପଟିଆ, ପ୍ରଶାନ୍ତି ବିହାର, ଶିଖରଚଣ୍ଡି, ରଘୁନାଥପୁରରେ ଝଡ଼ବର୍ଷା। ପ୍ରଥମେ ପବନ ଧୂଳି ଝଡ଼ ଓ ପରେ ପରେ ଭୀଷଣ ବର୍ଷା। ଧୂଳି ଝଡ଼ ପରେ ପରେ ପ୍ରବଳ ବର୍ଷା ଆରମ୍ଭ ହୋଇଛି।
Advertisment
ଘଡ଼ଘଡ଼ି ସହ ବର୍ଷା ନେଇ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହି ଜିଲ୍ଲାଗୁଡିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ ଓ କନ୍ଧମାଳ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)