/odishatv-khabar/media/post_attachments/uploadimage/library/16_9/16_9_0/IMAGE_1642143443.jpg)
Rainfall Alert
ଆଜି ରାଜ୍ୟରେ ପାଗ ମୁଖ୍ୟତ ଶୁଖିଲା ରହିବ । ହେଲେ ଆଜି ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଏହି ୫ ଜିଲ୍ଲାରେ କୁହୁଡି ପଡିବା ନେଇ ସମ୍ଭାବନା ରହିଛି । ସେହିପରି ୨୧, ୨୨ ଓ ୨୩ ତାରିଖରେ ରାଜ୍ୟର କିଛି କିଛି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ନେଇ ପୂର୍ବାନୁମାନ କରାଯାଇଛି ।
Advertisment
ତେବେ ଆସନ୍ତାକାଲିଠୁ ପୁଣି ରାଜ୍ୟରେ କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ସେହି ସବୁ ଜିଲ୍ଲାଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ । ଆଗାମୀ ୨୪ ଘଣ୍ଟା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୩ରୁ ୪ ଡିଗ୍ରୀ ବଢିପାରେ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)