• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ପ୍ରବଳ ବର୍ଷା ଓ ଘନ କୁହୁଡ଼ି ନେଇ SRCଙ୍କ ପକ୍ଷରୁ ସତର୍କ ସୂଚନା । ଆସନ୍ତାକାଲି ପ୍ରବଳ ବର୍ଷା ନେଇ ୮ଟି ଜିଲ୍ଲାକୁ ସତର୍କ ସୂଚନା । ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେଣୁ ଏହି ଜିଲ୍ଲାଗୁଡ଼ିକୁ ସତର୍କ ରହିବାକୁ ନିର୍ଦ୍ଦେଶ ରହିଛି ।

ଖାଲି ସେତିକି ନୁହେଁ ଆସନ୍ତାକାଲି ଘନ କୁହୁଡ଼ି ନେଇ ୧୩ ଜିଲ୍ଲାକୁ ସତର୍କ ସୂଚନା । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କଟକ ଜିଲ୍ଲାକୁ ସତର୍କ କରାଯାଇଛି । ଏନେଇ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ SRCଙ୍କ ନିର୍ଦ୍ଦେଶ ରହିଛି ।

ଆଜି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି ସ୍ଥାନରେ ବର୍ଷା ହୋଇଥିବା ଦେଖାଯାଇଛି । ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପୂର୍ବରୁ ସୂଚନା ଦିଆଯାଇଥିଲା । ଏଥିସହ ଆଉ କିଛି ଜିଲ୍ଲାରେ ସ୍ୱଳ୍ପ ବର୍ଷା ହୋଇଛି । ଆସନ୍ତାକାଲି ମଧ୍ୟ ଉପକୂଳ ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ଥିବାବେଳେ ନୂଆବର୍ଷରେ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

 ଅଦିନିଆ ବର୍ଷା ଯୋଗୁ ପନିପରିବା ଫସଲ କ୍ଷତିଗ୍ରସ୍ତ ହୋଇଥିବା ଅଭିଯୋଗ ହୋଇଛି । ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ୍‌ର ବିଭିନ୍ନ ଅଞ୍ଚଳରେ ଅଦିନିଆ ବର୍ଷା ଓ କୁଆପଥର ମାଡ଼ ହୋଇଛି । ଏଥିରେ ବ୍ୟାପକ ପନିପରିବା ଫସଲ କ୍ଷତିଗ୍ରସ୍ତ ହୋଇଥିବା ଅଭିଯୋଗ ହୋଇଛି। ଖଳାରେ ଓ ମଣ୍ଡିରେ ପଡ଼ି ରହିଥିବା ଧାନ ମଧ୍ୟ ଓଦା ହୋଇଯାଇଥିବାରୁ ଚାଷୀ ଚିନ୍ତାରେ ପଡ଼ିଛନ୍ତି।

ସେହିଭଳି ଛତିଶଗଡ଼ ରାଜଧାନୀ ରାୟପୁରରେ ମଧ୍ୟ ଅଦିନିଆ ବର୍ଷା ହୋଇଛି । ରାୟପୁର, ଦୁର୍ଗ, କୋରବା ଏବଂ ରାଜନନ୍ଦନଗା ଅଞ୍ଚଳରେ ବର୍ଷା ହୋଇଥିବା ସୂଚନା ମିଳିଛି । ବର୍ଷା ଯୋଗୁଁ ଦିନବେଳା ତାପମାତ୍ରା ୩ରୁ ୪ ଡିଗ୍ରୀ ହ୍ରାସ ପାଇଛି । କିଛି ସ୍ଥାନରେ କୁଆପଥର ବର୍ଷା ହୋଇଥିବା ଜଣାପଡିଛି । ବେମେତାରା, କବିରଧାମ, ସୁରଗୁଜା ଏବଂ ରାଜନନ୍ଦନଗା ଅଂଚଳରେ କୁଆପଥର ବର୍ଷା ହୋଇଛି । ଅଦିନିଆ ବର୍ଷା ଯୋଗୁଁ ଫସଲ ଅନେକ ମାତ୍ରାରେ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି । ବର୍ଷାରେ ଫସଲ କ୍ଷୟକ୍ଷତିର ଆକଳନ ନେଇ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ । କ୍ଷତିଗ୍ରସ୍ତ ଚାଷୀଙ୍କୁ ସରକାରଙ୍କ ନିୟମ ଅନୁଯାୟୀ କ୍ଷତିପୂରଣ ଦିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।