• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ପଶ୍ଚିମା ଝଡ଼ ପ୍ରଭାରେ ଆଜିଠାରୁ ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି । ଆଜିଠାରୁ ୧୭ ତାରିଖ ଯାଏଁ ଏଭଳି ପାଗ ଲାଗିରହିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ। ଉପକୂଳ ଏବଂ ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ଏହାର ପ୍ରଭାବ ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି । କାଳବୈଶାଖୀ ନେଇ ଆଜି ପାଇଁ ୧୧ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।

କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଏବଂ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୧୬ ତାରିଖରେ ସାରା ଓଡ଼ିଶାରେ ବର୍ଷା ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ । ଏପରିକି ଉତ୍ତର ଉପକୂଳର ୧୩ ଜିଲ୍ଲାରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ସହ ବର୍ଷାର ଆଶଙ୍କା ରହିଛି ।

ଅନ୍ୟପଟେ ରାଜ୍ୟର କିଛି ସ୍ଥାନରେ ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ହୋଇଥିଲେ ବି କମିନି ତାତି । ମାଲକାନଗିରି ରେ ସର୍ବାଧିକ ତାପମାତ୍ରା ୩୮ ଡିଗ୍ରୀ ରେକର୍ଡ କରାଯାଇଛି । ତେବେ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁୟାୟୀ ଆସନ୍ତା ୨ ଦିନ ଯାଏ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ । ରାଜ୍ୟରେ ପାଗ ଶୁଖିଲା ରହିବ ।