Kalabaisakhi
ଆଜି ବି ରାଜ୍ୟରେ ପ୍ରଭାବ ଦେଖାଇବ କାଳବୈଶାଖୀ । ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଝଡତୋଫାନ ବର୍ଷା ହେବ । ଏନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, ରାୟଗଡ଼ା, କୋରାପୁଟ ଓ ଗଜପତିରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ଆକଳନ କରାଯାଇଛି । ଅନ୍ୟପଟେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, କଟକ, ଝାରସୁଗୁଡ଼ା, ଖୋର୍ଦ୍ଧା, ଗଜପତି ଓ ଗଂଜାମ ଜିଲ୍ଲାର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ସହ ୪୦ରୁ ୫୦ କିମି ବେଗରେ ଝଟକା ପବନ ହୋଇପାରେ । ସେପଟେ ପଶ୍ଚିମ ଓଡ଼ିଶାରେ ଜାରି ରହିବ ଅସହ୍ୟ ଖରା ।
ରାଜ୍ୟରେ ଗ୍ରୀଷ୍ମ ଲହରୀ ଜାରି ରହିଥିବାବେଳେ ଅସ୍ତବ୍ୟସ୍ତ କରୁଛି ଗୁଳଗୁଳି । ବାୟୁମଣ୍ଡଳରେ ଅଧିକ ଆର୍ଦ୍ରତା ରହୁଥିବା କାରଣରୁ ଭୀଷଣ ଗୁଳଗୁଳି ଅନୁଭୂତ ହେଉଛି । ସେପଟେ ଗତ ତିନି ଦିନ ଭୁବନେଶ୍ୱର ସମେତ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହେଉଛି । ଯେଉଁଥିପାଇଁ ସାମାନ୍ୟ ଆଶ୍ୱସ୍ତି ଅନୁଭବ କରୁଛନ୍ତି ଲୋକେ । ଆଜି ମଧ୍ୟ ରାଜ୍ୟରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିପାରେ । ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ବହିବା ନେଇ ମଧ୍ୟ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us