Advertisment

Kalbaisakhi Warning in Odisha: ଆଜି ଏହି ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ବହିବ ପବନ; ସତର୍କ କଲା ପାଣିପାଗ କେନ୍ଦ୍ର

୧୭ ଜିଲ୍ଲାରେ ଆଜି କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ । ଏଥିପାଇଁ ଏହି ସବୁ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ରହିବାକୁ ପରାମର୍ଶ ଦେବା ସହ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

rain

rain

Advertisment

ଆଜି ୧୭ ଜିଲ୍ଲାରେ ହେବ କାଳବୈଶାଖୀ। ଏଥିସହ ବିଜୁଳି ଘଡ଼ଘଡ଼ି , ସହ ଝଟକା ପବନ ହେବାର ସମ୍ଭାବନା ରହିଛି। ଏଥିପାଇଁ ୧୭ ଜିଲ୍ଲାକୁ ସତର୍କ ରହିବାକୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Advertisment

ଅଧିକ ପଢ଼ନ୍ତୁ: ୪ ଦିନ ଯାଏଁ ଝଡ଼ବର୍ଷା : ଆଜି ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ୧୭ ଜିଲ୍ଲାରେ ଆଜି କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ । ଏଥିପାଇଁ ଏହି ସବୁ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ରହିବାକୁ ପରାମର୍ଶ ଦେବା ସହ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ୧୭ ଜିଲ୍ଲା ହେଉଛି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୋନପୁର, ବୌଦ୍ଧ, ସୁନ୍ଦରଗଡ଼, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଏବଂ ଗଜପତି ।

ଏହି ସମସ୍ତ ଜିଲ୍ଲାରେ ଆଜି ମଧ୍ୟାହ୍ନ ଏବଂ ସଂଧ୍ୟା ସମୟରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି , ଝଟକା ପବନ ବହିବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରଛି।

Advertisment

ଅନ୍ୟପକ୍ଷରେ ଦକ୍ଷିଣ ପଶ୍ଚିମ ଏବଂ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟଟି ସକ୍ରିୟ ରହିଛି। ବର୍ତ୍ତମାନ ଏହା ପଶ୍ଚିମ କେନ୍ଦ୍ରୀୟ ଏବଂ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମ-କେନ୍ଦ୍ରୀୟ ଏବଂ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ କ୍ଷୁଦ୍ର ଏବଂ ମଧ୍ୟ ମେଘଖଣ୍ଡ ଦେଖିବାକୁ ମିଳୁଛି।

ଅଧିକ ପଢ଼ନ୍ତୁ: ଖୁବଶୀଘ୍ର ଓଡ଼ିଶାରୁ ବିଦା ହେବେ ବାଂଲାଦେଶୀ, ରାଜ୍ୟରୁ ହଟାଇବା ପାଇଁ ଆରମ୍ଭ ହେଲା ପ୍ରକ୍ରିୟା

Advertisment
Weather Weather Update Odisha Rainfall
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ