Weather
କେରଳ ମୁହାଁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଆଉ ୪ରୁ ୫ ଦିନ ଭିତରେ ମୌସୁମୀ ବାୟୁ କେରଳ ଛୁଇଁବାର ସମ୍ଭାବନା ରହିଛି । ବର୍ତ୍ତମାନ ମୌସୁମୀ କେରଳ ଛୁଇଁବା ପାଇଁ ପାଗ ଅନୁକୂଳ ଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଅଧିକ ପଢ଼ନ୍ତୁ: ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ
କେରଳ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ତ୍ରିସୁର, ମାଲାପୁରମ, କୋଜିକୋଡ୍, ୱାଇନାଡ୍, କନୁର ଓ କାସାରାଗୋଡ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।
ସାଧାରଣତଃ ମୌସୁମୀ ବାୟୁ ଜୁନ ୧ରେ କେରଳ ଛୁଇଁଥାଏ । ଏଥର ଆଗୁଆ କେରଳ ଛୁଇଁବା ନେଇ ପାଗ ଅନୁକୂଳ ରହିଛି। ତେବେ ମୌସୁମୀ କେରଳ ଛୁଇଁବାର ୧୦ ଦିନ ଭିତରେ ଓଡ଼ିଶା ଛୁଇଁଥାଏ । ଯଦି ଆଗୁଆ କେରଳ ଛୁଇଁବ ତେବେ ଓଡ଼ିଶାରେ ବି ଆଗୁଆ ମୌସୁମୀ ବର୍ଷା ହୋଇପାରେ ବୋଲି ଅନୁମାନ କରାଯାଉଛି । ମୌସୁମୀ କେବେ ଓଡ଼ିଶା ଛୁଇଁବ ସେନେଇ ପାଣିପାଗ ବିଭାଗ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ ।
ସୂଚନାଯୋଗ୍ୟ, ମେ’ ୧୩ ତାରିଖରେ ଆଣ୍ଡାମାନ ଛୁଇଁଥିଲା ମୌସୁମୀ ବାୟୁ। ଦୁଇ ସପ୍ତାହ ପରେ ମୌସୁମୀ ମେ' ୨୭ରେ କେରଳ ଛୁଇଁବ ବୋଲି ପୂର୍ବାନୁମାନ କରିଥିଲା ଭାରତୀୟ ପାଣିପାଗ ବିଭାଗ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Weather_1747728932.jpg)