Weather
ଆଜିଠୁ ରାଜ୍ୟରେ କମିବ ତାତି। ତାପମାତ୍ରା ୨ ରୁ ୩ ଡିଗ୍ରୀ କମିବାର ସମ୍ଭାବନା ରହିଛି। ଏପ୍ରିଲ୍ ପହିଲାରୁ ତାପମାତ୍ରା ହ୍ରାସ ପାଇବା ସହ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ। ବିଶେଷକରି ଦକ୍ଷିଣ ଓଡ଼ିଶାରେ ଆସନ୍ତା ୨, ୩ ଓ ୪ ତାରିଖରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।
ଫଳରେ ଓଡ଼ିଶାରେ ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ। ଏପ୍ରିଲ ୨ ତାରିଖରେ ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ମେଘୁଆ ପାଗ ସହ ଗୋଟିଏ କିମ୍ୱା ଦୁଇଟି ସ୍ଥାନରେ ହାଲୁକା ବର୍ଷାର ସମ୍ଭାବନା ରହିଛି।
ଅଧିକ ପଢ଼ନ୍ତୁ: କାଳବୈଶାଖୀ ତାଣ୍ଡବ, ସବୁ ହୋଇଗଲା ଛାରଖାର...
ସେହିପରି ୩ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାରେ ବର୍ଷା ଜାରି ରହିବ। ୪ ତାରଖରେ ଦକ୍ଷିଣ ଓଡ଼ିଶାର ୬ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଗଜପତି ଓ ରାୟଗଡ଼ାରେ ଗୋଟିଏ କିମ୍ୱା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
କିଛି ଦିନ ତଳେ ରାଜ୍ୟରେ କାଳବୈଶାଖୀ ଯୋଗୁଁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଥିଲା । ବିଭିନ୍ନ ଜିଲ୍ଲାରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଥିଲା । କେଉଁଠୁ କୁଆପଥର ମାଡ଼ରେ ଚାଷ ଉଜୁଡିଥିଲା ତ ଆଉ କେଉଁଠି ଘର ଭାଙ୍ଗିଥିଲା । କାଳବୈଶାଖୀ ପରେ ଏହି ରାଜ୍ୟରେ ବଦଳି ଥିଲା ପୁଣି ପାଗ । ପୁଣିଥରେ ଆରମ୍ଭ ହୋଇଥିଲା ଗ୍ରୀଷ୍ମପ୍ରବାହ । ଅସହ୍ୟ ତାତି ଓ ଗୁଳିଗୁଳିରେ କଲବଲ ହେଉଛି ଜନଜୀବନ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Weather_1742269193.jpg)