Advertisment

୧୧ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଆସନ୍ତା ୩୦ ତାରିଖ ସୁଦ୍ଧା ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନେକ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହୋଇଛି।

ଅଦ୍ୟତନ ହୋଇଛି
rain Alert For Odisha

rain Alert For Odisha

Advertisment

ଭୁବନେଶ୍ୱର: ଆସନ୍ତା ୩୦ ତାରିଖ ସୁଦ୍ଧା ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନେକ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହୋଇଛି। 

Advertisment

ମୌସୁମୀ ଟ୍ରପ୍ ଲାଇନ୍ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୧ଟି ଜିଲ୍ଲାରେ ଘଡ଼ଘଡ଼ି, ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା,ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ।  ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଗୁରୁବାରରୁ ବର୍ଷାର ପରିମାଣ ବୃଦ୍ଧି ପାଇପାରେ। 

ଅଗଷ୍ଟ ପହିଲାରୁ ବର୍ତ୍ତମାନ ଯାଏ ରାଜ୍ୟରେ ବର୍ଷା ନିଅଣ୍ଟିଆ ରହିଛି। ଆଜି ପର୍ଯ୍ୟନ୍ତ ୧୩୫ ମିଲିମିଟର ବର୍ଷା ହୋଇଛି, ଯାହାକି ସ୍ୱାଭାବିକ ବର୍ଷାର ମାତ୍ର ୫୦ ପ୍ରତିଶତ। ଜୁନ୍‌ ପହିଲାରୁ ଅଗଷ୍ଟ ମଧ୍ୟରେ ରାଜ୍ୟରେ ୫୯୨ ମିିଲିମିଟର ବର୍ଷା ହୋଇଛି। ଯାହାକି ସ୍ୱାଭାବିକଠାରୁ ୩୧ ପ୍ରତିଶତ କମ୍। ମାତ୍ର ୩ଟି ଜିଲ୍ଲାରେ ସ୍ୱାଭାବିକ ଓ ବାକି ୨୭ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍.ଆର୍.ବିଶ୍ୱାସ କହିଛନ୍ତି।   

Advertisment
Weather Alert Rain In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ