Low pressure
ଆଜି ଉତ୍ତର-ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨ ଦିନ ଯାଏଁ ଉତ୍ତର ଓଡିଶା, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଦେଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୩ ତାରିଖ ଯାଏଁ ପ୍ରବଳ ବର୍ଷା ହୋଇପାରେ। ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଅଧିକ ପଢନ୍ତୁ: ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା; ଭୀଷଣ ବର୍ଷା, ଘଡ଼ଘଡ଼ି ନେଇ ସତର୍କ ସୂଚନା ଜାରି
ଆଜି ପାଇଁ ଝଡ଼ବର୍ଷା ନେଇ ୧୬ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ବର ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଚେତାବନୀ ଜାରି ହୋଇଛି । ସମ୍ବଲପୁର, ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଓ ଗଜପତିରେ ବିଜୁଳି, ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଅଛି ।
ସେହିପରି ଜୁନ୍ ୩୦ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡରେ ଅତିପ୍ରବଳ ବର୍ଷା ହୋଇପାରେ । ଦେବଗଡ, ସମ୍ବଲପୁର ଓ ଝାରସୁଗୁଡାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୧ ତାରିଖରେ ନୟାଗଡ, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ହେବ । ନବରଙ୍ଗପୁର, ରାୟଗଡା, କୋରାପୁଟ, କଟକ, ବୌଦ୍ଧ, ସୁନ୍ଦରଗଡ ଓ ଝାରସୁଗୁଡାରେ ଅଧିକ ବର୍ଷା ସମ୍ଭାବନା ଅଛି । ୨ ତାରିଖରେ ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା ଓ ବଲାଙ୍ଗିର ଏବଂ ୩ ତାରିଖରେ ଝାରସୁଗୁଡା, ବରଗଡ ଓ ମୟୂରଭଞ୍ଜରେ ବର୍ଷା ହେବାର ସମ୍ଭାବନା ରହିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1751175395.jpg)