• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଆଜି ଅବପାତରେ ପରିଣତ ହୋଇଛି । ଏହାପରେ ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗକୁ ମୁହାଁଇବା । ପ୍ରଭାବରେ ଆଜି ଏବଂ ଆସନ୍ତାକାଲି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବା ସହ କିଛି ସ୍ଥାନରେ ଅତି ପ୍ରବଳ ବର୍ଷିବ । ବିଶେଷ କରି ମୟୂରଭଂଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ବର୍ଷାର ପ୍ରଭାବ ଅଧିକ ରହିବ ।

ସେହିପରି ଆସନ୍ତାକାଲି ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଛତିଶଗଡ଼ରେ ମଧ୍ୟ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଆଜି ପାଇଁ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି । ଆଜି ତଥା ୧୯ ତାରିଖରେ ଓଡ଼ିଶାରେ ସବୁଠାରୁ ଅଧିକ ବର୍ଷା ହେବ ।

ତେବେ ଆଗାମୀ ବର୍ଷା ବନ୍ୟା ସ୍ଥିତିକୁ ଅଧିକ ପ୍ରଭାବିତ କରିପାରେ । ନଦୀରେ ବନ୍ୟା ଜଳ ଥିବା ବେଳେ ପୁଣି ବର୍ଷା ପ୍ରଭାବ ପକାଇପାରେ । ସହରାଞ୍ଚଳରେ ଅର୍ବାନ୍ ଫ୍ଲଡ, ପାହାଡ଼ି ଅଞ୍ଚଳରେ ଭୂସ୍ଖଳନ ଘଟିବାର ଅନେକ ଆଶଙ୍କା ରହିଛି । । ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ବୋଲି ଆଇଏମ୍‌ଡି ଡିଜି ଶ୍ରୀ ମୃତ୍ୟୁଞ୍ଜୟ ମହାପାତ୍ର ଗତକାଲି ସୂଚନା ଦେଇଥିଲେ। ୨୧ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ କମିବ ।